ଟ୍ରେନ୍‌ ଦୁର୍ଘଟଣାରେ ଚାଲିଗଲା ଆହତ ହାତୀର ଜୀବନ

କେନ୍ଦୁଝର, ୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧୀନ ବ୍ରାହ୍ମଣୀପାଳ ରେଞ୍ଜ ଶଗଡ଼ପଟା-ଟାଙ୍ଗିରିଆପାଳ ଷ୍ଟେଶନ ପାଖ ବାଲିଦାଣ୍ଡ ସାହି ନିକଟରେ ଟ୍ରେନ୍‌ ଦୁର୍ଘଟଣାରେ ଆହତ ହୋଇଥିବା ହାତୀର ମୃତ୍ୟୁ ଘଟିଛି। ବ୍ୟବଚ୍ଛେଦ ପରେ ରବିବାର ଜଙ୍ଗଲରେ ପୋତି ଦିଆଯାଇଛି। ମୃତ ହାତୀର ବୟସ ୮ବର୍ଷ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶ ଯେ, ଜୁଲାଇ ୧୧ ତାରିଖ ରାତି ପ୍ରାୟ ସାଢେ ୯ଟା ବେଳେ ଛୁଆ ହାତୀଟି ହାତୀପଲ ସହ ରେଳ ଲାଇନ ପାର ହେଉଥିଲା। ଯଖପୁରା ପଟୁ ବାଂଶପାଣି ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନ୍‌ ହାତୀପଲକୁ ଧକ୍କା ଦେଇଥିଲା। ଟ୍ରେନ୍‌ ଧକ୍କାରେ ୨ ମାଈ ହାତୀ ମୃତ୍ୟୁବରଣ କରିଥିଲେ। ଦୁର୍ଘଟଣା ପରେ ଛୁଆ ହାତୀ ଆହତ ହୋଇ ରେବଣା ସଂରକ୍ଷିତ ଜଙ୍ଗଲକୁ ଚାଲିଯାଇଥିଲା। ଡିଏଫ୍‌ଓ ଅଭୟ କୁମାର ଦଳେଇ କହିଛନ୍ତି, ଆହତ ହାତୀଟି ଦୈତାରୀ ଜଙ୍ଗଲରେ ରହୁଥିଲା। ରବିବାର ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ହୋଇଛି। ଉକ୍ତ ଜଙ୍ଗଲରେ ପାଖାପାଖି ୭ ହାତୀ ରହୁଛନ୍ତି। ହାତୀ ସୁରକ୍ଷା ଦିଗରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏସିଏଫ୍‌ ପ୍ରଫୁଲ୍ଲ କୁମାର ମଲ୍ଲିକ କହିଛନ୍ତି, ଘଟଣାରେ ବନ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ରେଳ ବିଭାଗର ଲୋକୋ ପାଇଲଟ ଏବଂ ଗାର୍ଡଙ୍କୁ ନୋଟିସ୍‌ ହୋଇଛି। ଉତ୍ତର ମିଳିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri