ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ ବିଦୁତ୍‌ ଖୁଣ୍ଟରେ ଚଢ଼ି କାମ କରୁଥିବାବେଳେ ଖୁଣ୍ଟରୁ ତଳେ ପଡି ଗୁରୁତର ଭାବେ ଆହତ ହୋଇଥିଲେ। ସୋମବାର ବ୍ରହ୍ମପୁରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବଳରାମ ମୃତ୍ୟୁବରଣ କରିଛନ୍ତି। ଯାହାକୁ ନେଇ କର୍ମଚାରୀଙ୍କ ମଧ୍ୟରେ ଶୋକରଛାୟା ଖେଳିଯାଇଛି। ଏଥିସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ସହ ତାଙ୍କ ପରିବାରର ଜଣଙ୍କୁ ଥଇଥାନ ପାଇଁ ନିଖିଳ ଓଡିଶା ବିଦ୍ୟୁତ ମଜଦୁର ମହାସଙ୍ଘ ପକ୍ଷରୁ ଆଜି ସନ୍ଧ୍ୟାରେ ଦାବି କରାଯାଇଛି ।

ଏନେଇ ସଂଘର ରାଜ୍ୟ କର୍ମକର୍ତ୍ତା ସତ୍ୟବ୍ରତ ପରିଡ଼ା ଭଞ୍ଜନଗର ଅଧିକ୍ଷଣଯନ୍ତ୍ରୀ ଅଭିଜିତ ପାଢ଼ୀଙ୍କୁ ଭେଟି ସହାୟତା ପ୍ରଦାନ ଏବଂ ତାଙ୍କ ପରିବାରର ଜଣକୁ ଥଇଥାନ ପାଇଁ ଦାବି କରିଥିଲେ। ଅପରପକ୍ଷେ ଏଜେନ୍ସି ପକ୍ଷରୁ ବଳରାମଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦିଆଯିବା ସହ ଆଜି ମୃତ୍ୟୁବରଣ କରିବା ପରେ ଆଉ କିଛି ଆର୍ଥିକ ସହାୟତା ତାଙ୍କ ପରିବାରକୁ ଯୋଗାଇ ଦେବାପାଇଁ ପଦକ୍ଷେପ ନିଆଯାଇଛି। ଏଥିସହ ବୀମା କମ୍ପାନୀ ପକ୍ଷରୁ ମଧ୍ୟ ବୀମା ବାବଦକୁ ୧୫ ଲକ୍ଷ ଟଙ୍କା ଦେବା ବ୍ୟବସ୍ଥା କରାଯାଉଛି ।

ସୂଚନାଯୋଗ୍ୟ ଯେ, ଶୁନ ଦୁର୍ଘଟଣା ପାଇଁ ଟାଟା ପାୱାର ପକ୍ଷରୁ ବାରମ୍ବାର ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ତଥାପି ଦୁର୍ଘଟଣାହାର କମିବାକୁ ନାହିଁ। ଏହିଭଳି ପରିସ୍ଥିତିରେ ବଳରାମ ଘଟଣା ଦିନ ଖୁଣ୍ଟକୁ ଚଢ଼ି କାମ କରୁଥିବାବେଳେ କେଉଁଭଳି ପରିସ୍ଥିତି ରେ ଖସି ପଡ଼ିଥିଲେ। ଅପରପକ୍ଷେ ଆଲୋଚନା ସଫଳ ହେବାପରେ କର୍ମଚାରୀ ମାନେ ଫେରିଯାଇଛନ୍ତି। ରାତିରେ ବ୍ରହ୍ମପୁରରୁ ମୃତଦେହ ବ୍ୟବଚ୍ଛେଦ ହୋଇ ଆସିବା ପରେ ତାଙ୍କ ଗ୍ରାମ ପାଇଲିପଡ଼ାରେ ଅନ୍ତିମ ସତ୍କାର ହେବ ବୋଲି ଜଣେ କର୍ମଚାରୀ ଏଠାରେ ସୂଚନା ଦେଇଛନ୍ତି। ଆଲୋଚନା ସମୟରେ ସଙ୍ଘର ଭଞ୍ଜନଗର କର୍ମକର୍ତ୍ତା କବିରାଜ ପ୍ରଧାନ, ହର ପ୍ରସାଦ ବିଷୋୟୀ, ମୁନା ପାତ୍ର ଓ ରବି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri