Posted inଖେଳ

ପୂରା ବର୍ଷ ପଡ଼ିଆରୁ ଦୂରେଇ ରହିବେ ଷ୍ଟାର ଖେଳାଳି

ଲଣ୍ଡନ,୫।୮: ଚଳିତ ବର୍ଷ କ୍ରିକେଟ ପଡ଼ିଆକୁ ଓହ୍ଲାଇପାରିବେ ନାହିଁ ଇଂଲଣ୍ଡର ଷ୍ଟାର ପେସର ଜୋଫ୍ରା ଆର୍ଚ୍ଚର। ଡାହାଣ କହୁଣି ଜନିତ ସମସ୍ୟାରୁ ତାଙ୍କୁ ମୁକୁଳିବାକୁ ସମୟ ଦରକାର। ଏ ନେଇ ଗୁରୁବାର ସୂଚନା ଦେଇଛି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ।

ସମାନ ସମସ୍ୟା କାରଣରୁ ସେ ୨୦୨୦ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ରେ ଖେଳିପାରି ନ ଥିଲେ। ଭାରତ ଗସ୍ତ ସହ ଆଇପିଏଲ୍‌ରୁ ମଧ୍ୟ ବାଦ୍‌ ପଡ଼ିଥିଲେ ଆର୍ଚ୍ଚର। ଆହତ ସମସ୍ୟାରୁ ଫେରିଲା ପରେ ସସେକ୍ସ ପାଇଁ ଗୋଟିଏ କାଉଣ୍ଟି ମ୍ୟାଚ୍‌ ଖେଳିଥିଲେ। କିନ୍ତୁ କହୁଣିରେ ଯନ୍ତ୍ରଣା ଅନୁଭବ କରିବାରୁ ଦ୍ୱିତୀୟ ଇନିଂସରେ ବୋଲିଂ କରି ନ ଥିଲେ। ଏଥି ଯୋଗୁ ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ ସିରିଜ୍‌ରେ ମଧ୍ୟ ଖେଳିପାରି ନ ଥିଲେ। ତାଙ୍କ କହୁଣିର ସ୍କାନ କରାଯାଇଥିଲା। ରିପୋର୍ଟ ଆସିବା ପରେ ଚଳିତ ବର୍ଷ ସେ କ୍ରିକେଟ ଖେଳିପାରିବେ ନାହିଁ ବୋଲି ସ୍ପଷ୍ଟ ହୋଇଛି। ଏଣୁ ସେ ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌, ଟି୨୦ ବିଶ୍ୱକପ୍‌ ଓ ଅଷ୍ଟ୍ରେଲିଆରେ ଆଶେସ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?