Posted inଖେଳ

ଆହତ ମିଚେଲ ଆଇପିଏଲରୁ ଓହରିଲେ, ଜାସନ ହୋଲ୍ଡର ବଦଳ ଖେଳାଳି

ଦୁବାଇ, ୨୪।୯(ପି.ଟି.)- ଅଷ୍ଟ୍ରେଲିଆନ ଅଲରାଉଣ୍ଡର ମିଚେଲ ମାର୍ଶ ଗୋଟିଏ ମ୍ୟାଚ ଖେଳି ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରୁ ଓହରି ଯାଇଛନ୍ତି। ସନ୍‌ରାଇଜର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ମିଚେଲ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ପ୍ରଥମ ମ୍ୟାଚ ଅବସରରେ ଆହତ ହୋଇଥିଲେ। ତାଙ୍କ ଗୋଇଠି ମକଚି ହୋଇ ଯାଇଥିଲା। ତାଙ୍କ ସ୍ଥାନରେ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଜାସନ ହୋଲ୍ଡରଙ୍କୁ ବଦଳ ଖେଳାଳିଭାବେ ହାଇଦ୍ରାବାଦ ଦଳରେ ସାମିଲ କରାଯାଇଛି। ସେ ଖୁବ୍‌ଶୀଘ୍ର ୟୁଏଇରେ ଦଳସହ ଯୋଗଦେବେ। ”ମିଚେଲ ଆହତ ସମସ୍ୟା ଯୋଗୁ ଓହରି ଯାଇଛନ୍ତି। ଆମେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛୁ। ଜାସନ ହୋଲ୍ଡର ବଦଳ ଖେଳାଳିଭାବେ ଦଳରେ ଯୋଗଦେବେ“ ବୋଲି ସନ୍‌ରାଇଜର୍ସର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ପୋଷ୍ଟ କରାଯାଇଛି। ୨୮ ବର୍ଷୀୟ ମିଚେଲ ସୋମବାର ମ୍ୟାଚରେ ମାତ୍ର ୪ଟି ବଲ୍‌ ବୋଲିଂ କରି ପାରିଥିଲେ। ଦ୍ୱିତୀୟ ବଲ୍‌ ବୋଲିଂରେ ଆରୋନ ଫିଞ୍ଚ୍‌ଙ୍କ ଏକ ଡ୍ରାଇଭ୍‌କୁ ନିଜ ଫଲୋ ଥ୍ରୁରେ ରୋକାବାକୁ ଉଦ୍ୟମ କରୁଥିବାବେଳେ ତାଙ୍କ ଗୋଇଠି ମକଚି ହୋଇ ଯାଇଥିଲା। ଏହାପରେ ସେ ଆଉ ମାତ୍ର ୨ଟି ବଲ୍‌ ବୋଲି କରି ପଡ଼ିଆ ଛାଡ଼ିଥିଲେ। ଉତ୍ସାହ ଦେଖାଇ ଦଳର ବିପଦ ସମୟରେ ୧୦ ନମ୍ବର ସ୍ଥାନରେ ସେ ବ୍ୟାଟିଂ କରିବାକୁ ଆସିଥିଲେ ହେଁ ପ୍ରଥମ ବଲ୍‌ରେ ବଡ଼ ଶଟ୍‌ ଖେଳିବାକୁ ଯାଇ ଆଉଟ ହୋଇ ଯାଇଥିଲେ। ସେ ଛିଡ଼ା ହେବାକୁ ମଧ୍ୟ ସକ୍ଷମ ନ ଥିବା ପରିଲକ୍ଷିତ ହୋଇଥିଲା। ମିଚେଲ ଦ୍ୱିତୀୟ ଥରପାଇଁ ଆହତ କାରଣରୁ ଆଇପିଏଲ ମଝିରୁ ଓହରିଛନ୍ତି। ପୂର୍ବରୁ ୨୦୧୭ରେ କାନ୍ଧରେ ସମସ୍ୟା ଯୋଗୁ ତାଙ୍କୁ ଓହରିବାକୁ ପଡ଼ିଥିଲା। ୨୦୧୪-୧୫ ସିଜନରେ ସନ୍‌ରାଇଜର୍ସ ପକ୍ଷରୁ ଖେଳିଥିବା ମିଚେଲ ୨୦୧୬ରେ କୋଲକାତା ନାଇଟ ରାଇଡର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ନିକଟରେ ସେ କାରିବିୟନ ପ୍ରିମିୟର ଲିଗ୍‌ରେ ମଧ୍ୟ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?