ପୋଲ ତଳୁ କ୍ଷତାକ୍ତ ଯୁବକ ଉଦ୍ଧାର

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ- ମହୁଲପଲ୍ଲୀ ମଧ୍ୟବର୍ତ୍ତୀ ରାସ୍ତା ଖାରିଆନାଳ ପୋଲ ତଳୁ ଜଣେ କ୍ଷତାକ୍ତ ଯୁବକଙ୍କୁ ଶନିବାର ସକାଳେ ହିଞ୍ଜିଳି ପୋଲିସ ଉଦ୍ଧାର କରିଛି। ଆହତ ଜଣଙ୍କ ଗୋପାଳପୁର ଥାନା ବାହାଦୁରପେଟା ଗାଁର ଦିଲ୍ଲୀପ କୁମାର ବେହେରା (୩୨)। ଶୁକ୍ରବାର ବିଳମ୍ବିତ ରାତିରେ କିଛି ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଥିବା ସନ୍ଦେହ କରାଯାଉଛି। ରାସ୍ତା ଛିନ୍‌ତାଇ ନିମନ୍ତେ କେହି ଦୁର୍ବୃତ୍ତ ଏପରି ଘଟାଇଛନ୍ତି କିମ୍ବା ରାସ୍ତା ଦୁର୍ଘଟଣାରୁ ଏପରି ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ଆହତ ଯୁବକଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇ ପୋଲିସ ଘଟଣାର ତଦନ୍ତ ଚଳାଇଥିବା ଥାନାଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri