Posted inଖେଳ

ଅଷ୍ଟ୍ରେଲିଆ ଦଳରେ ବଢ଼ୁଛି ଆହତ ସମସ୍ୟା

ସିଡ୍‌ନୀ, ୧୫।୧୨(ପି.ଟି.): ଭାରତ ବିପକ୍ଷ ଦିବାରାତ୍ର ପ୍ରଥମ କ୍ରିକେଟ ଟେଷ୍ଟ ପୂର୍ବରୁ ଅଷ୍ଟ୍ରେଲିଆ ଦଳରେ ଆହତ ସମସ୍ୟା ବଢ଼ିବାରେ ଲାଗିଛି। ଏବେ ଏହି ତାଲିକାରେ ସାମିଲ ହୋଇଛନ୍ତି ଦ୍ରୁତ ବୋଲର ସିଅନ ଆବୋଟ। ଦ୍ୱିତୀୟ ଓ୍ବାର୍ମଅପ୍‌ ଗେମ୍‌ ଅବସରରେ ଗୋଡ଼ ପୁଟିଆ ମାଂସପେଶୀ ଟାଣି ଧରିବା ଯୋଗୁ ସେ ପ୍ରଥମ ଟେଷ୍ଟରୁ ଓହରି ଯାଇଛନ୍ତି। ତାଙ୍କ ସ୍ଥାନରେ ଅଲରାଉଣ୍ଡର ମୋଇସେସ ହେନରିକ୍ସଙ୍କୁ ସୋମବାର ଦଳରେ ସାମିଲ କରାଯାଇଥିବା କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ ସୂଚନା ଦିଆଯାଇଛି। ହାମ୍‌ଷ୍ଟ୍ରିଙ୍ଗ ଇଞ୍ଜୁରି ଯୋଗୁ ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚରେ ଖେଳିପାରି ନ ଥିବା ହେନରିକ୍ସ ଏବେ ଫିଟ୍‌ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଦୀର୍ଘ ୪ ବର୍ଷ ବ୍ୟବଧାନରେ ସେ ଟେଷ୍ଟ ଦଳରେ ସାମିଲ ହୋଇଛନ୍ତି। ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ ଚଳିତ ମାସ ୧୭ ତାରିଖରୁ ଆଡିଲେଡରେ ଆରମ୍ଭ ହେବ। ଡିସେମ୍ବର ୨୬ରୁ ଆରମ୍ଭ ହେବାକୁଥିବା ଦ୍ୱିତୀୟ ଟେଷ୍ଟ ବେଳକୁ ଆବୋଟ ଫିଟ୍‌ ହୋଇଥିବେ ବୋଲି ଆଶା ରଖାଯାଇଛି। ହେନରିକ୍ସ ଶେଷ ଥରପାଇଁ ୪ ବର୍ଷ ପୂର୍ବେ ଶ୍ରୀଲଙ୍କାରେ ଟେଷ୍ଟ ମ୍ୟାଚ ଖେଳିଥିଲେ। ଏହାର ୩ ବର୍ଷ ପରେ ସେ ଜାତୀୟ ଦଳକୁ ଫେରି ଭାରତ ବିପକ୍ଷରେ ସୀମିତ ଓଭର କ୍ରିକେଟ ସିରିଜ ଖେଳିଥିଲେ। ମାର୍କୁସ ହାରିସଙ୍କ ପରେ ଦ୍ୱିତୀୟ ଖେଳାଳିଭାବେ ହେନରିକ୍ସ ବିଳମ୍ବରେ ଅଷ୍ଟ୍ରେଲିଆ ଟେଷ୍ଟ ଦଳରେ ସାମିଲ ହୋଇଛନ୍ତି। ଡେଭିଡ ଓ୍ବାର୍ନର ଓ ଓ୍ବିଲ୍‌ ପୁକୋଭସ୍କି ଆହତ ହେବାପରେ ହାରିସଙ୍କୁ ଓପନିଂ ସ୍ଲଟ୍‌ ପାଇଁ ଟେଷ୍ଟ ଦଳରେ ନିଆ ଯାଇଛି। ସେହିପରି କାମେରନ ଗ୍ରୀନ୍‌ ଓ ହ୍ୟାରୀ କନ୍‌ଓ୍ବେ କନକସନ(ମୁଣ୍ଡରେ ବଲ୍‌ ବାଜିବା)ରେ ପୀଡ଼ିତ ଅଛନ୍ତି। ଜ୍ୟାକସନ ବାର୍ଡ ମଧ୍ୟ ଆହତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମାର୍କୁସ ଷ୍ଟୋଇନ୍ସ, ଆଷ୍ଟନ ଅଗର ମଧ୍ୟ ଏହି ତାଲିକାରେ ଅଛନ୍ତି। ମିଚେଲ ଷ୍ଟାର୍କ ଓ ଜୋଶ୍‌ ହାଜେଲ୍‌ଉଡ ସାମାନ୍ୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?