Posted inଭଦ୍ରକ

ହାଇଲେବଲ କେନାଲରେ ଘାଇ ଆଶଙ୍କା

ଭଣ୍ଡାରିପୋଖରୀ, ୨୨।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୩ ନଂ ମୁଖ୍ୟ କେନାଲର ପାର୍ବତୀ ସାଇଫନ ନିକଟରେ ପୁରୁଣା ପାଇପ୍‌ ଭାଙ୍ଗି ପାଣି ଲିକେଜ କରି ମାଟି ଧୋଇ ଯିବା ସହ ବିରାଟ ଘାଇ ହେବାର ଆଶଙ୍କା ଦେଖାଦେଇଛି। ସାଇଫନ ନିକଟରେ ବନ୍ଧ ରାସ୍ତାରେ ଏକ କଲଭର୍ଟ ଦୀର୍ଘଦିନ ଧରି ଭାଙ୍ଗି ଯାଇଥିବା ବେଳେ ମାଟି ଅତଡ଼ା ଧସୁଛି। ବର୍ଷା ହେବା ଯୋଗୁ ମୁଖ୍ୟ ରାସ୍ତାର ଅଧାରୁ ଅଧିକ ଧସିଲାଣି। ବର୍ତ୍ତମାନ କେନାଲରେ ଫୁଲ ପାଣିଥିବାରୁ ସେଠାରେ ଘଳିଆ ପଡିଥିବା ଦେଖାଯାଉଛି। ପାଣି ଚାଲୁଥିବାରୁ ଧୀରେ ଧୀରେ ମାଟି ଅତଡା ଖାଇ ଧସିବା ଆରମ୍ଭ ହେଲେ ଘାଇ ହେବା ସହ ଶହ ଶହ ହେକ୍ଟର ଚାଷ ଜମିଜଳମଗ୍ନ ହେବା ସହ ପର୍ବତୀ, ମନାଗଡ଼ିଆ, ଖଡ଼ିସିଙ୍ଗା, ଲଷ୍ମୀସାଗର ଗ୍ରାମରେ ପାଣି ପଶିବା ଆଶଙ୍କା ପ୍ରକାଶ ପାଇଛି। ଏ ସମ୍ପର୍କରେ ଆଖୁଆପଦା ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ଦାସଙ୍କୁ ପଚାରିବାରୁ ଏଭଳି ଘଟଣା ମୋ ନଜରକୁ ଆସିଛି। ଦୁଇ ଦିନ ଭିତରେ ଏହାର ମରାମତି କାର୍ଯ୍ୟ ଶେଷ କରିବାକୁ ପଦକ୍ଷେପ ନିଆଯାଉଛି ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri