Posted inଖେଳ

ବ୍ରିସବେନରେ ଟ୍ରେନିଂ ଆରମ୍ଭ କଲା ସମସ୍ୟାରେ ଘେରି ହୋଇଥିବା ଟିମ୍‌ ଇଣ୍ଡିଆ

ବ୍ରିସବେନ,୧୩।୧: ଆହତ ସମସ୍ୟାରେ ଘେରି ହୋଇଥିବା ଟିମ୍‌ ଇଣ୍ଡିଆ ବ୍ରିସବେନ ଟେଷ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ୧୧ ଫିଟ୍‌ ଖେଳାଳିଙ୍କୁ ନେଇ ଫିଲ୍ଡ ଓହ୍ଲାଇବାକୁ ଲକ୍ଷ୍ୟ ରଖି ବୁଧବାର ଟ୍ରେନିଂ ଆରମ୍ଭ କରିଛି ଭାରତୀୟ ଦଳ। ରୋହିତ ଶର୍ମା, ଶୁବମନ ଗିଲ, ଅଧିନାୟକ ଅଜିଙ୍କ୍ୟ ରାହାନେ ଓ ଅନ୍ୟ ଖେଳାଳିମାନଙ୍କ ସହ ବ୍ରିସବେନ ଟେଷ୍ଟ ପୂର୍ବରୁ ପ୍ରଥମ ଟ୍ରେନିଂ ସେସନରେ ଯୋଗ ଦେଇଥିଲେ। ଏ ନେଇ କିଛି ଫଟୋ ଶେୟାର କରି ସୂଚନା ଦେଇଛି ବିସିସିଆଇ। ସିଡ୍‌ନୀ ଟେଷ୍ଟରେ ଭାରତୀୟ ଦଳର ଜବରଦସ୍ତ ପ୍ରତ୍ୟାବର୍ତ୍ତନ ପରେ ପୁଣି ଥରେ ଏକତ୍ରିତ ହେବାକୁ ସମୟ ଆସିଯାଇଛି। ଗାବାଠାରେ ୧୫ରେ  ନିର୍ଣ୍ଣାୟକ ଟେଷ୍ଟ ପାଇଁ ଆମେ ପ୍ରସ୍ତୁତି ଆରମ୍ଭ କରି ଦେଇଥିବା ବିସିସିଆଇ ତା’ର ଟୁଇଟର ହ୍ୟାଣ୍ଡେଲରେ ଲେଖିଛି।

ମାଂସପେଶୀରେ ଆଘାତ ଲାଗିବାରୁ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରୁ ବାଦ୍‌ ପଡ଼ିଥିବା ଯଶପ୍ରୀତ ବୁମରା ଦଳ ସହ ଟ୍ରେନିଂ ସେସନରେ ଯୋଗ ଦେଇଥିଲେ। ତାଙ୍କୁ ବୋଲିଂ କୋଚ୍‌ ଭରତ ଅରୁଣଙ୍କ ସହ କିଛି ଆଲୋଚନା କରିବାକୁ ଦେଖିବାକୁ ମିଳିଛି। ତାଙ୍କ ସ୍ଥାନରେ ଅନ୍ତିମ ଟେଷ୍ଟରେ ଟି. ନଟରାଜନ କିମ୍ବା ଶାର୍ଦ୍ଦୁଳ ଠାକୁରଙ୍କ ମଧ୍ୟରେ ଜଣଙ୍କୁ ସୁଯୋଗ ମିଳିପାରେ। ଅନ୍ୟପକ୍ଷରେ ଚାଇନାମ୍ୟାନ କୁଲଦୀପ ଯାଦବ ନେଟ୍ସରେ ଦୀର୍ଘ ସମୟ ଧରି ବୋଲିଂ କରିଛନ୍ତି। ସେ ଆହତ ସମସ୍ୟା ଯୋଗୁ ବାଦ୍‌ ପଡ଼ିଥିବା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସ୍ଥାନ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri