Posted inଖେଳ

ଇଞ୍ଜୁରି: ଫ୍ରେଞ୍ଚ୍‌ ଓପନ୍‌ରୁ ଓହରିଲେ ସେରେନା

ପ୍ୟାରିସ୍‌,୧।୧୦(ଏପି): ଇଞ୍ଜୁରି ଆମେରିକୀୟ ଅଭିଜ୍ଞ ମହିଳା ଟେନିସ୍‌ ତାରକା ସେରେନା ଓ୍ବିଲିୟମ୍ସଙ୍କ ପିଛା ଛାଡୁନାହିଁ। ୨୪ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ସେରେନା ଇଞ୍ଜୁରି କାରଣରୁ ଚଳିତ ଫ୍ରେଞ୍ଚ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟରୁ ଓହରିଯାଇଛନ୍ତି। ସେ ଏବେ ଚାଲିବାକୁ ସଂଘର୍ଷ କରୁଛନ୍ତି। ବୁଧବାର ସେ ତାଙ୍କ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ ପୂର୍ବରୁ ଓହରିଯାଇଛନ୍ତି। ଆଚିଲ୍ସ ହିଲ ଅର୍ଥାନ ଆଣ୍ଠରୁ ନିମ୍ନରେ ଥିବା ଗୋଡର ପଛ ଭାଗର ମାଂସପେଶୀରେ ଆଘାତ ଲାଗିଛି।
୩ ସପ୍ତାହ ତଳେ ଗତ ୟୁଏସ୍‌ ଓପନ ଟୁର୍ନାମେଣ୍ଟ ସେମିଫାଇନାଲ ମୁକାବିଲାରେ ସେ ଆଘାତ ପାଇଥିଲେ। ଏହି ଆଘାତରୁ ମୁକ୍ତ ହେବା ପାଇଁ ତାଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନ ଥିଲା। ୪ରୁ ୬ ସପ୍ତାହ ସେ କିଛି ନ କରି କେବଳ ବସିବା ଆବଶ୍ୟକ କରୁଛନ୍ତି। ୩୯ ବର୍ଷୀୟ ସେରେନା ଦ୍ୱିତୀୟ ରାଉଣ୍ଡରେ ଶ୍ୱେତାନା ପିରଙ୍କୋଭାଙ୍କୁ ଭେଟିବାର କାର୍ଯ୍ୟକ୍ରମ ଥିଲା। ପୂର୍ବରୁ ସେରେନା ୨୦୧୮ ଫ୍ରେଞ୍ଚ୍‌ ଓପନ୍‌ ଚତୁର୍ଥ ରାଉଣ୍ଡରୁ ଓହରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri