Posted inଖେଳ

ଉସମାନଙ୍କ ସହ ସଚିନଙ୍କ ଭଳି ଅନ୍ୟାୟ: ଦ୍ୱିଶତକ ମାରିବା ପୂର୍ବରୁ ଇନିଂସ ଘୋଷଣା କରିଦେଲେ ଅଧିନାୟକ

ସିଡନୀ,୭।୧: କ୍ରିକେଟ ଇତିହାସରେ ୨୦୦୪ ଘଟଣାର ପୁନରାବୃତ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିୟ ଖେଳାଳି ଉସମାନ ଖ୍ବାଜାଙ୍କ ଅନ୍ୟାୟ କରାଯାଇଛି। ସେ ୧୯୫ ରନ୍‌ରେ ଅପରାଜିତ ଥିଲେ ହେଁ ନିଜର ଦ୍ୱିଶତକ ପୂରଣ କରିପାରିବାରୁ ବଞ୍ଚିତ ହୋଇଛନ୍ତି। କାରଣ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍‌ କମିନ୍ସ ଇନିଂସ ଘୋଷଣା କରିଦେଇଥିଲେ। ପୂର୍ବରୁ ଏଭଳି ଘଟଣା ୨୦୦୪ରେ ସଚିନ ତେନ୍ଦୁଲକରଙ୍କ ସହ ଘଟିଥିଲା। ଏଣୁ ଏବେ ଉସମାନଙ୍କ ଲାଗି ପ୍ରଶଂସକମାନେ ସହାନୁଭୂତି ଜ୍ଞାପନ କରୁଛନ୍ତି।

୨୦୦୪ ମାର୍ଚ୍ଚ ୨୯ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟେଷ୍ଟ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସଚିନ ୧୯୪ ରନ୍‌ କରି ଅପରାଜିତ ରହିଥିଲେ। ସେତେବେଳେ ଉକ୍ତ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡ ଇନିଂସ ଘୋଷଣା କରିଦେଇଥିଲେ। ଏଭଳି ଭାବେ ସେ ଦ୍ୱିଶତକ ମାରିବାରୁ ମାତ୍ର ୬ ରନ୍‌ ପଛରେ ରହିଯାଇଥିଲେ। ଏବେ ସେଭଳି ଅନ୍ୟାୟ ଉସମାନଙ୍କ ସହ ସିଡନୀ ମଇଦାନରେ ହୋଇଛି।

କହିରଖୁଛୁ, ସିଡନୀ ଟେଷ୍ଟକୁ ବର୍ଷା ପ୍ରଭାବିତ କରିଥିଲା। ଏଥିଲାଗି ଦୁଇ ଦିନ ମ୍ୟାଚ୍‌ ବିଳମ୍ବରେ ଆରମ୍ଭ ହୋଇଥିଲା। ଅଷ୍ଟ୍ରେଲିୟ ଟିମ୍‌ ନିଜର ପ୍ରଥମ ଇନିଂସର ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୪ ଉଇକେଟରେ ୪୭୫ ରନ୍‌ କରିଥିଲେ। ଉସମାନ ୧୯୫ ରନ୍‌ରେ ଅପରାଜିତ ଥିଲେ। ତୃତୀୟ ଦିନ ମ୍ୟାଚ୍‌ ହୋଇପାରି ନ ଥିବା ବେଳେ ଚତୁର୍ଥ ଦିନ ଉସମାନ ନିଜର ଦ୍ୱିତଶତ ପୂରଣ କରିବେ ବୋଲି ପ୍ରଶଂସକ ଆଶା ରଖିଥିଲେ। ହେଲେ ଅଧିନାୟକ କମିନ୍ସ ୪୭୫ ରନ୍‌ରେ ଇନିଂସ ଘୋଷଣା କରିଦେଇଥିଲେ। ଏଭଳି ଭାବେ ଉସମାନଙ୍କୁ ଖେଳିବାର ସୁଯୋଗ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri