Posted inଜାତୀୟ

କୃଷକ ନେତା ରାକେଶ ଟିକାଏତଙ୍କ ଉପରକୁ କାଳିମାଡ

ବେଙ୍ଗାଲୁରୁ,୩୦ ।୫: ଭାରତୀୟ କୃଷକ ୟୁନିୟନର ନେତା ରାକେଶ ଟିକାଏତଙ୍କ ଉପରକୁ ବେଙ୍ଗାଲୁରୁରେ ଏକ କାର୍ଯ୍ୟକ୍ରମରେ କାଳିମାଡ ହୋଇଛି । ସୋମବାର ରାକେଶ ଟିକାଏତ ବେଙ୍ଗାଲୁରୁ ପ୍ରେସ କ୍ଲବରେ ଏକ ପ୍ରେସ କନଫରେନ୍ସ କରିବାର ଥିଲା । ଯେତେବେଳେ ସେ ପ୍ରେସ କନଫରେନ୍ସ କରିବାକୁ ଯାଇଥିଲେ ସେତିକି ବେଳେ ଜଣେ ଅଜଣା ବ୍ୟକ୍ତି ତାଙ୍କ ଉପରକୁ କାଳିମାଡ କରିଥିଲେ । ଏହାପରେ କୃଷକ ନେତାଙ୍କ ସମର୍ଥକମାନେ କାଳି ଫିଙ୍ଗିଥିବା ବ୍ୟକ୍ତିଙ୍କୁ ଧରି ମାଡ ମାରିଥିଲେ । ପରେ ପରେ କ୍ଲବରେ ହଙ୍ଗାମା ହେବା ସହ ଲୋକେ ପରସ୍ପର ଉପରକୁ ଚୌକି ଫିଙ୍ଗିଥିଲେ ।

ସୂଚନାଯୋଗ୍ୟ ଟିକାଏତ ଏକ ସ୍ଥାନୀୟ ଚ୍ୟାନେଲର ଷ୍ଟିଙ୍ଗ ଅପରେଶନ ଭିଡିଓକୁ ନେଇ ସଫେଇ ଦେବା ଲାଗି ପ୍ରେସ କନଫରେନ୍ସର ଆୟୋଜନ କରିଥିଲେ । ବିଶେଷ ସୂତ୍ରରୁ ମିଳିଥିବାସୂଚନା ଅନୁସାରେ, ଭିଡିଓରେ କର୍ନାଟକର କୃଷକ ନେତା କୋଡିହଲ୍ଲି ଚନ୍ଦ୍ରଶେଖରଙ୍କୁ ଟଙ୍କା ମାଗିବା ସମୟରେ କ୍ୟାମେରାରେ ରେକର୍ଡ କରାଯାଇଥିଲା । ଏହି ଭିଡିଓକୁ ନେଇ ରାକେଶ ଟିକାଏତ ଓ ଯୁଦ୍ଧବୀର ଜନତାଙ୍କୁ ମିଡିଆ ମାଧ୍ୟମରେ ସ୍ପଷ୍ଟ କରିବାକୁ ଚାହୁଁଥିଲେ କି ଏମାନେ ଏଥିରେ ସାମିଲ ନାହାନ୍ତି ଓ କୃଷକଙ୍କ ସହ ଧୋକା କରୁଥିବା କୃଷକ ନେତା କୋଡିହଲ୍ଲି ଚନ୍ଦ୍ରଶେଖରଙ୍କ ବିରୋଧରେ ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri