ଆଭ୍ୟନ୍ତରୀଣ ଓଡ଼ିଶାକୁ ନାହିଁ ନିସ୍ତାର: ୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା ତାଓ୍ବାରେ ସାରା ଓଡ଼ିଶା ସିଝୁଛି। ପାରଦ ଉପରମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରକୁ ଡେଇଁଯାଉଛି। ସକାଳ ୯ଟାରୁ ଆରମ୍ଭ ହୋଇଯାଉଛି ପ୍ରଚଣ୍ଡ ତାତି। ବାହାରେ ବୁଲିବା ମୁସ୍କିଲ ହୋଇପଡୁଛି। ଯଦିଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ତାତି ସାମାନ୍ୟ କମିଛି ତେବେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ କଲବଲ କରୁଛି। ପ୍ରବଳ ଗରମ ସାଙ୍ଗକୁ ଝାଞ୍ଜିପବନ ପରିବେଶକୁ ଉତ୍ତପ୍ତ କରି ପକାଇଛି। ଗୁରୁବାର ରାଜ୍ୟର ୧୫ ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅନୁଗୋଳରେ ସର୍ବାଧିକ ୪୨.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବାରିପଦା ୪୨.୨, ଝାରସୁଗୁଡ଼ା ୪୦.୬, ସମ୍ବଲପୁର ୪୧.୪, ସୁନ୍ଦରଗଡ଼ ୪୧.୫, ହୀରାକୁଦ ୪୦.୭, ତାଳଚେର ୪୨.୭, ଭବାନୀପାଟଣା ୪୧.୬, ଫୁଲବାଣୀ ୪୦, ଟିଟିଲାଗଡ଼ ୪୨.୨, ସୋନପୁର ୪୦.୮, ନୟାଗଡ଼ ୪୧.୭, ବୌଦ୍ଧ ୪୨, ମାଲକାନଗିରି ୪୨ ଏବଂ ପାରଳାଖେମୁଣ୍ଡିରେ ସର୍ବାଧିକ ୪୨.୨ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେବ । ସେହି ଜିଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ନୟାଗଡ଼, ବଲାଙ୍ଗୀର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ଅନୁଗୋଳ, ଢେଙ୍କାନାଳ ଏବଂ ବୌଦ୍ଧ । ସେହି ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଦିନରେ ଜରୁରୀ କାର୍ଯ୍ୟ ନ ଥିଲେ ଘରୁ ପଦାକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।
ଆସନ୍ତା ୧୦ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାକୁ ଗରମରୁ ନିସ୍ତାର ମିଳିବ ନାହିଁ। ପାରଦ ୪୦ରୁ ୪୨ ବେଳେ ବେଳେ ୪୪ ଡିଗ୍ରୀକୁ ମଧ୍ୟ ଛୁଇଁବ ବୋଲି ଅନୁମାନ କରାଯାଇଛି। ଉପକୂଳ ଓଡ଼ିଶାକୁ ସାମାନ୍ୟ ଆଶ୍ୱସ୍ତି ମିିଳିବ। ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବ। ଫଳରେ ଏହା ତାତିକୁ ନିୟନ୍ତ୍ରଣ କରିବାରେ ସହାୟକ ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତା ୩ ଦିନ ଯାଏ ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିଝଡ଼ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri