ଆଭ୍ୟନ୍ତରୀଣ ଓଡ଼ିଶାକୁ ନାହିଁ ନିସ୍ତାର: ୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା ତାଓ୍ବାରେ ସାରା ଓଡ଼ିଶା ସିଝୁଛି। ପାରଦ ଉପରମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରକୁ ଡେଇଁଯାଉଛି। ସକାଳ ୯ଟାରୁ ଆରମ୍ଭ ହୋଇଯାଉଛି ପ୍ରଚଣ୍ଡ ତାତି। ବାହାରେ ବୁଲିବା ମୁସ୍କିଲ ହୋଇପଡୁଛି। ଯଦିଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ତାତି ସାମାନ୍ୟ କମିଛି ତେବେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ କଲବଲ କରୁଛି। ପ୍ରବଳ ଗରମ ସାଙ୍ଗକୁ ଝାଞ୍ଜିପବନ ପରିବେଶକୁ ଉତ୍ତପ୍ତ କରି ପକାଇଛି। ଗୁରୁବାର ରାଜ୍ୟର ୧୫ ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅନୁଗୋଳରେ ସର୍ବାଧିକ ୪୨.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବାରିପଦା ୪୨.୨, ଝାରସୁଗୁଡ଼ା ୪୦.୬, ସମ୍ବଲପୁର ୪୧.୪, ସୁନ୍ଦରଗଡ଼ ୪୧.୫, ହୀରାକୁଦ ୪୦.୭, ତାଳଚେର ୪୨.୭, ଭବାନୀପାଟଣା ୪୧.୬, ଫୁଲବାଣୀ ୪୦, ଟିଟିଲାଗଡ଼ ୪୨.୨, ସୋନପୁର ୪୦.୮, ନୟାଗଡ଼ ୪୧.୭, ବୌଦ୍ଧ ୪୨, ମାଲକାନଗିରି ୪୨ ଏବଂ ପାରଳାଖେମୁଣ୍ଡିରେ ସର୍ବାଧିକ ୪୨.୨ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେବ । ସେହି ଜିଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ନୟାଗଡ଼, ବଲାଙ୍ଗୀର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ଅନୁଗୋଳ, ଢେଙ୍କାନାଳ ଏବଂ ବୌଦ୍ଧ । ସେହି ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଦିନରେ ଜରୁରୀ କାର୍ଯ୍ୟ ନ ଥିଲେ ଘରୁ ପଦାକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।
ଆସନ୍ତା ୧୦ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାକୁ ଗରମରୁ ନିସ୍ତାର ମିଳିବ ନାହିଁ। ପାରଦ ୪୦ରୁ ୪୨ ବେଳେ ବେଳେ ୪୪ ଡିଗ୍ରୀକୁ ମଧ୍ୟ ଛୁଇଁବ ବୋଲି ଅନୁମାନ କରାଯାଇଛି। ଉପକୂଳ ଓଡ଼ିଶାକୁ ସାମାନ୍ୟ ଆଶ୍ୱସ୍ତି ମିିଳିବ। ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବ। ଫଳରେ ଏହା ତାତିକୁ ନିୟନ୍ତ୍ରଣ କରିବାରେ ସହାୟକ ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତା ୩ ଦିନ ଯାଏ ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିଝଡ଼ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri