ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ରେ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌(ମସ୍ତିଷ୍କ ସଂକ୍ରାମକ ରୋଗ)ରେ ଆକ୍ରାନ୍ତ ଥିବା ରକ୍ତ ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡିଛି। ସ୍ଥିତି ଅନୁଧ୍ୟାନ ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପହଞ୍ଚି ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି। ଗୁରୁତର ଥିବା ୫ ଅନ୍ତେବାସୀଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପୂର୍ବରୁ ୨ଜଣ ଆଇସିୟୁରେ ଥିବା ବେଳେ ଅନ୍ୟ ୧୯ଜଣ ସୋର ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସରେ ଆକ୍ରାନ୍ତ ହେବା ଜଣାପଡିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ, ଜିଲା ପ୍ରଶାସନ, ସୋର ପୌର ପରିଷଦ ତପତ୍ରତା ପ୍ରକାଶ କରିଛି। ସୋର ପୌରାଞ୍ଚଳ ପକ୍ଷରୁ କନ୍ୟାଶ୍ରମ ପରିସରରେ ମଶାଧୂଆଁ ପ୍ରୟୋଗ କରାଯିବା ସହ ପରିମଳ ବ୍ୟବସ୍ଥା ପ୍ରତି ଦୃଷ୍ଟି ଦିଆଯାଇଛି। ସେହିପରି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପକ୍ଷରୁ କନ୍ୟାଶ୍ରମ ଆଖପାଖରେ ଘୁଷୁରି ପାଳନ କିମ୍ବା ଅନ୍ୟାନ୍ୟ ଦିଗ ଉପରେ ନିରୀକ୍ଷଣ କରାଯାଉଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦୁଲାଲ ସେନ ଜଗଦ୍ଦେବ ପ୍ରକାଶ କରିଛନ୍ତି।
ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ପରିଚାଳିତ ଗାନ୍ଧୀ ସେବା ସଂଘ ପୁରୁବାଈ ଘରୋଇ କନ୍ୟାଶ୍ରମରେ ୧ମରୁ ୧୦ମ ଶ୍ରେଣୀ ଯାଏ ମୋଟ୍‌ ୧୫୫ ଅନ୍ତେବାସୀ ରହି ଆସୁଛନ୍ତି। ଗତ ୧୭ ତାରିଖରେ ମଧ୍ୟାହ୍ନଭୋଜନ ଖାଇବା ପରେ ୨୭ଜଣ ଜ୍ୱର, ପେଟବ୍ୟଥା ଓ ମୁଣ୍ଡବିନ୍ଧାରେ ଆକ୍ରାନ୍ତ ହୋଇଥିଲେ। ସେଥିମଧ୍ୟରୁ ୩ଜଣ ଗୁରୁତର ହୋଇପଡ଼ିବାରୁ ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଆଇସିୟୁରେ ରଖାଯାଇଥିଲା। ସେଠାରେ ୧୦ମ ଶ୍ରେଣୀ ଛାତ୍ରୀ ନୀଳଗିରି ଅଞ୍ଚଳର ରୁବିନା ସିଂଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ. ନିରଞ୍ଜନ ମିଶ୍ର, ଜିଲା ସ୍ବାସ୍ଥ୍ୟ ବିଭାଗ, ଜିଲା ଖାଦ୍ୟ ସୁରକ୍ଷା ବିଭାଗ ଓ ଶିଶୁ ମଙ୍ଗଳ କମିଟିର ଅଧିକାରୀମାନେ ଆଶ୍ରମରେ ପହଞ୍ଚତ୍ ଘଟଣାର ତଦନ୍ତ କରିବା ସହ ଏକ ଡାକ୍ତରୀ ଦଳ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ୨୯ଜଣ ଅନ୍ତେବାସୀଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୫ଜଣ ଅନ୍ତେବାସୀଙ୍କ ରିପୋର୍ଟ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ପଜିଟିଭ୍‌ ଆସିଛି।
ତଦନ୍ତରେ ଆସିଥିବା ଏସ୍‌ଡିଏମ୍‌ଓ ଡା. ଶଶାଙ୍କ ଶେଖର ଚୌଧୁରୀ କହିଛନ୍ତି, ସମସ୍ତ ଅନ୍ତେବାସୀ ଓ ଅସୁସ୍ଥ ଥିବା ଅନ୍ତେବାସୀଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଅସୁସ୍ଥ ଥିବା ଅନ୍ତେବାସୀଙ୍କ ମଧ୍ୟରୁ ୫ଜଣ ଜାପାନିଜ୍‌ ଏନ୍‌ସେଫାଲାଇଟିସରେ ଆକ୍ରାନ୍ତ ହୋଇଛଛି। ୫ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ରଖାଯାଇ ଚିକିତ୍ସା କରାଯାଉଛି। ଏହି ରୋଗ ଘୁଷୁରି ଓ ମଶାଙ୍କ ପାଇଁ ହୋଇଥାଏ। ବିଶେଷ କରି ଡ୍ରେନ୍‌ରେ ଜମି ରହୁଥିବା ଅପରିଷ୍କାର ପାଣି ପାଇଁ ସୃଷ୍ଟି ହେଉଥିବା ମଶାଙ୍କ ଦ୍ୱାରା ମସ୍ତିଷ୍କ ସଂକ୍ରାମକ ରୋଗ ବ୍ୟାପିଥାଏ। ଏଥିପାଇଁ କନ୍ୟାଶ୍ରମ ପରିସରରେ ଥିବା ଡ୍ରେନ୍‌କୁ ପରିଷ୍କାର କରାଯାଇ ପୌରାଞ୍ଚଳ ପକ୍ଷରୁ ମଶାଧୂଆଁ ପ୍ରୟୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?