୯ଟା ୫୧ରେ ଖୋଲିବ ଭିତର ରତ୍ନଭଣ୍ଡାର: ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ,୧୮।୭: ଆଜି ଖୋଲିବ ଭିତର ରତ୍ନ ଭଣ୍ଡାର। ଏନେଇ ମାହେନ୍ଦ୍ର ବେଳା ସ୍ଥିର ହୋଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏନେଇ ସୂଚନା ଦେଇଛନ୍ତି। ସକାଳ ୯ଟା ୫୧ରେ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ଯ୍ୟ ହୋଇଛି ଜଷ୍ଟିସ ରଥ କହିଛନ୍ତି।

ସେ ଆହୁରି କହିଛନ୍ତି, ଭିତର ଭଣ୍ଡାରର ଅଳଙ୍କାର ସ୍ଥାନାନ୍ତର ପାଇଁ ଆଜି ଉଦ୍ୟମ କରିବୁ। ଶୁଭବେଳା ୯ଟା ୫୧ରେ ଭିତର ଭଣ୍ଡାରକୁ ଯିବୁ। ଏହି ସମୟରେ ପୁରୀ ରାଜା ଗଜପତି ମହାରାଜ ମଧ୍ୟ ଆସିପାରନ୍ତି। ଭିତର ଭଣ୍ଡାରର ସ୍ଥାନାନ୍ତର ପ୍ରକ୍ରିୟା ବେଳେ ଗଜପତି ରହିପାରନ୍ତି ବୋଲି ଜଷ୍‌ଟିସ ରଥ କହିଛନ୍ତି।

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିବାକୁ ଯାଉଛି। ସକାଳ ୯ଟା ୫୧ର ଶୁଭ ମୁହୂର୍ତ୍ତ ରହିଛି। ତେଣୁ ଏହି ସମୟ ମଧ୍ୟରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନେଇ ରତ୍ନଭଣ୍ଡାର ତଦାରଖ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଗୁରୁବାର ସକାଳ ୮ଟା ପରେ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲାଗିଛି। କେବଳ ଅଧିକୃତ ବ୍ୟକ୍ତି ଓ ସେବା ନିୟୋଜିତ ସେବକମାନେ ମନ୍ଦିର ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri