ନିରୀହ ବନାମ ଶକ୍ତିଶାଳୀ ପୁଟିନ୍‌…

କ୍ୱିଭ୍‌,୧୪।୩ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଧୀରେ ଧୀରେ ରୁଷିଆ ଆକ୍ରମଣକୁ ବୃଦ୍ଧି କରୁଛି। ଗୋଟିଏ ପଟେ ୟୁକ୍ରେନ୍‌ର ନିରୀହ ଜନସାଧାରଣ ଥିବାବେଳେ ଅନ୍ୟ ପଟେ ଶକ୍ତଶାଳୀ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍‌ ରହିଛନ୍ତି। ୟୁକ୍ରେନରେ ଏପର୍ଯ୍ୟନ୍ତ ୫୯୬ ସାଧାରଣ ନାଗରିକ ନିହତ ହୋଇଥିବା ମିଳିତ ଜାତିସଂଘ ମାନବ ଅଧିକାର କାର୍ଯ୍ୟାଳୟ ପକ୍ଷରୁ ରିପୋର୍ଟ ଜାରି ହୋଇଛି। ସେହିପରି ୧,୦୬୭ ଜଣ ଆହତ ହୋଇଛନ୍ତି। ଗୁଳି ଓ କ୍ଷେପଣାସ୍ତ୍ର ଆକ୍ରମଣରେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ଗଣମାଧ୍ୟମ ସୂଚନା ଅନୁସାରେ ବର୍ତ୍ତମାନ ପର୍ଯ୍ୟନ୍ତ ରୁଷିଆ ୟୁକ୍ରେନର ୭ ଟି ହସ୍ପିଟାଲକୁ ସମ୍ପୂର୍ଣ୍ଣ ରୂପେ ନଷ୍ଟ କରିଦେଇଛି। ଏହା ସହିତ ୧୦୪ ହସ୍ପିଟାଲ ରୁଷିଆର ରକେଟ ମାଡ଼ରେ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ୟୁକ୍ରେନ୍‌ ସ୍ବାସ୍ଥ୍ୟମନ୍ତ୍ରୀ ଭିକ୍ଟର ଲ୍ୟାଶକୋ କହିଛନ୍ତି। ପହଞ୍ଚାଇଛନ୍ତି।

ରୁଷିଆ ସୈନିକମାନେ ୬ ଜଣ ମେଡିକାଲ କର୍ମଚାରୀଙ୍କୁ ହତ୍ୟା କରିଥିବାବେଳେ ଯୁଦ୍ଧ ଆରମ୍ଭରୁ ଅନ୍ୟ ୧୨ ଜଣ ମେଡିକାଲ କର୍ମଚାରୀ ଗୁରୁତର ଆହତ ହୋଇଥିବା ସେ ସୂଚନା ଦେଇଛନ୍ତି। ରୁଷିଆ ୟୁକ୍ରେନର ପଶ୍ଚିମ ସୀମାରେ ଥିବା ଏକ ସାମରିକ ତାଲିମ କେନ୍ଦ୍ର ଉପରେ ଏୟାର ଷ୍ଟ୍ରାଇକ ଆରମ୍ଭ କରିଛି। ଏଥିରେ ୩୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୩୪ ଜଣ ଆହତ ହୋଇଛନ୍ତି।

ଏହି ଅଞ୍ଚଳ ନାଟୋ ସଦସ୍ୟ ପୋଲାଣ୍ଡ ସହିତ ସୀମାଠାରୁ ୨୫ କିଲୋମିଟର ଦୂରରେ ଥିବା କୁହାଯାଉଛି। ଏହି ବିଶାଳ ସାମରିକ ତାଲିମ କେନ୍ଦ୍ର ଉପରେ ୩୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଥିଲା। ଏହି ନ୍ଦ୍ରେର ପ୍ରଶିକ୍ଷକମାନେ ଆମେରିକା ଏବଂ ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ଦେଶରୁ ଆସିଛନ୍ତି। ୟୁକ୍ରେନକୁ ପାଶ୍ଚାତ୍ୟ ସାମରିକ ସହାୟତା ପାଇଁ ପୋଲାଣ୍ଡ ହେଉଛି ଗମନାଗମନ ମାର୍ଗ। ବିଦେଶୀ ଅସ୍ତ୍ରଶସ୍ତ୍ର ସାମଗ୍ରୀକୁ ଟାର୍ଗେଟ କରିବାକୁ ରୁଷିଆର ଧମକ ପରେ ଏହି ଆକ୍ରମଣ ହୋଇଥିଲା। ଲଭିଭ ଗଭର୍ଣ୍ଣର ମ୍ୟାକ୍ସିମ କୋଜିଟସ୍କି ଏ ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri