Posted inଜାତୀୟ

ନିର୍ଦ୍ଦୋଷଙ୍କୁ ଧରାଯିବ ନାହିଁ, ଦୋଷୀଙ୍କୁ ଛଡ଼ା ଯିବନି, କହିଲେ ଡିଜି…

ଲକ୍ଷ୍ନୌ, ୨୪।୬ : ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ହୋଇଥିବା ହିଂସାକୁ ନେଇ ଉତ୍ତରପ୍ରଦେଶରେ ପୋଲିସ ବିଭାଗ ପକ୍ଷରୁ ସତର୍କକତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାରର ଜୁମା ନମାଜ ପାଠକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅତିରିକ୍ତ ଫୋର୍ସ ମୁତୟନ କରାଯାଇଛି। ଏହା ସହିତ ଡ୍ରୋନ ଦ୍ୱାରା ପରିସ୍ଥିତି ତଦାରଖ କରାଯାଉଛି। ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୨୦ ଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଛି। ଏଥିମଧ୍ୟରୁ ଅଧିକାଂଶ ଜିଲା ଅନ୍ତର୍ଭୁକ୍ତ ଯେଉଁଠାରେ ଗତ ସପ୍ତାହରେ ହିଂସାତ୍ମକ ପ୍ରଦର୍ଶନ କରାଯାଇଥିଲା ।

ଅପରପକ୍ଷରେ, ଅପରାଧୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସମ୍ପର୍କରେ ଡିଜିପି ଓମ ପ୍ରକାଶ ସିଂ କହିଛନ୍ତି ଯେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି ଏବଂ ଆମେ ସମ୍ପୂର୍ଣ୍ଣ ରଣନୀତି ସହ ପୋଲିସ ବାହିନୀ ନିୟୋଜିତ କରିଛୁ। ଏହା ସହିତ ସେ ସ୍ପଷ୍ଟ କରିଛନ୍ତି ଯେ କୌଣସି ନିର୍ଦ୍ଦୋଷଙ୍କୁ ଧରାଯିବ ନାହିଁ ଏବଂ ଯେଉଁମାନେ ହିଂସାରେ ଜଡ଼ିତ ଅଛନ୍ତି ସେମାନଙ୍କୁ ସୁରକ୍ଷା ପ୍ରଦାନ କରାଯିବ ନାହିଁ।

ଡିଜିପି ଓମ ପ୍ରକାଶ ସିଂଙ୍କ ଦ୍ୱାରା ସମସ୍ତ ଜିଲାର ଅଧ୍ୟକ୍ଷଙ୍କ ନିକଟକୁ ପଠାଯାଇଥିବା ନିର୍ଦ୍ଦେଶରେ ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପାଇଁ କାର୍ଯ୍ୟକାରୀ ହୋଇଥିବା ଜୋନ ଏବଂ ସେକ୍ଟରଗୁଡିକର ବ୍ୟବସ୍ଥା ଜାରି ରଖିବାକୁ କୁହାଯାଇଛି। ଜିଲାର ମସଜିଦଗୁଡିକର ଇମାମମାନଙ୍କ ସହ ଯୋଗାଯୋଗ କରାଯାଇ ସେମାନଙ୍କୁ ଜୁମା ନମାଜ ପାଠ ପରେ ଶାନ୍ତି ବଜାୟ ରଖିବାକୁ ନିବେଦନ କରାଯାଇଛି। ଡିଜିପି କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସବୁଆଡେ ଭଲ ଅଛି। ପୋଲିସ ତୀକ୍ଷଣ ନଜର ରଖିଛି। ସୂଚନାଯୋଗ୍ୟ ଯେ ଗତ ସପ୍ତାହରେ ରାଜ୍ୟର ବିଭିନ୍ନ ସହରରେ ଶୁକ୍ରବାର ଜମାନ ପାଠ ପରେ ହୋଇଥିବା ହିଂସାତ୍ମକ ବିରୋଧକୁ ଦୃଷ୍ଟିରେ ରଖି ଏଥର ବିଶେଷ ସତର୍କତା ଅବଲମ୍ବନ କରାଯାଇଛି ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ସମ୍ବେଦନଶୀଳ ଜିଲାମାନଙ୍କରେ ପାରାମିଲିଟାରୀ ଫୋର୍ସ ମୁତୟନ କରାଯାଇଛି। ଗତ ଥର ପରି ଯେପରି କୌଣସି ଘଟଣାର ପୁନରାବୃତ୍ତି ନହୁଏ ସେଥିଲାଗ୧୨୦ କମ୍ପାନୀ ପିଏସି ଏବଂ ପ୍ରାୟ୩୫ କମ୍ପାନୀ ଅର୍ଦ୍ଧ ସୈନିକ ବଳ ମୁତୟନ କରାଯାଇଛି । ଏହା ବ୍ୟତୀତ ବହୁ ସଂଖ୍ୟକ ସବ ଇନ୍ସପେକ୍ଟର, ଇନ୍ସପେକ୍ଟର, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ, ଅତିରିକ୍ତ ପୋଲିସ ଅଧୀକ୍ଷକ ଏବଂ ପୋଲିସ ଅଧୀକ୍ଷକଙ୍କୁ ସୁରକ୍ଷା କାର୍ଯ୍ୟ ନିୟୋଜିତ କରାଯାଇଛି।

ଉପଲବ୍ଧତା ଉପରେ ନିର୍ଭର କରି ଡ୍ରୋନ କ୍ୟାମେରା ବ୍ୟବହାର କରିବାକୁ ସମସ୍ତ ଜିଲାର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପାଟ୍ରୋଲିଂ କରିବା ଏବଂ ସାଧାରଣ ଜନତା ତଥା ବରିଷ୍ଠ ଅଧିକାରୀଙ୍କ ସହ ଯୋଗାଯୋଗ କରିବାକୁ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷେତ୍ରଗୁଡିକୁ ଜୋନ ଏବଂ ସେକ୍ଟରରେ ବିଭକ୍ତ କରି ବ୍ୟବସ୍ଥା ଜାରି ରଖିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?