ଭୁବନେଶ୍ୱରରେ ଇନୋଭୋଏର ମୁଖ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୩।୧୧: ଅନ୍ତଃରାଷ୍ଟ୍ରୀୟ ହେଲ୍‌ଥ ଷ୍ଟାର୍ଟଅପ୍‌ ସଂସ୍ଥା (ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ଅଗ୍ରଣୀ ଉପତ୍ାଦ ବିକାଶ କମ୍ପାନୀ) ଇନୋଭୋଏର କର୍ପୋରେଶନ ତା’ର ଭାରତ ମୁଖ୍ୟାଳୟକୁ ଭୁବନେଶ୍ୱରସ୍ଥିତ ଡିଏଲ୍‌ଏଫ୍‌ ସାଇବର ସିଟିଠାରେ ଶୁଭାରମ୍ଭ କରିଛି। ଏହି ଅବସରରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ସଚିବ ମନୋଜ କୁମାର ମିଶ୍ର, ସଫ୍ଟୱେର ଟେକ୍ନୋଲୋଜି ପାର୍କ ଭୁବନେଶ୍ୱରର ନିର୍ଦ୍ଦେଶକ ମାନସ ରଞ୍ଜନ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ଏ ସମ୍ପର୍କରେ ଇନୋଭୋଏର ସିଇଓ ପ୍ରଭାତ ରାଉତ କହିଛନ୍ତି, ଭୁବନେଶ୍ୱରରେ ଆମର ଭାରତ ମୁଖ୍ୟାଳୟ କରିଥିବାରୁ ଆମେ ଅତ୍ୟନ୍ତ ଆନନ୍ଦିତ। ଉକ୍ତ ସହରଟି ଅତ୍ୟନ୍ତ ବିକଶିତ ଏବଂ ବାସ୍ତବରେ ବିଶ୍ୱସ୍ତରୀୟ ଭିତ୍ତିଭୂମି ମଧ୍ୟ ପ୍ରଦାନ କରୁଛି। ଆମେ ଲୋକଙ୍କୁ ସର୍ବୋତ୍ତମ ସୁବିଧା ଯୋଗାଇବା ପାଇଁ ପ୍ରତିଶ୍ରୁତିବଦ୍ଧ। ଏପରିକି ମୁଁ ନିଶ୍ଚିତ ଯେ ଭୁବନେଶ୍ୱରର ଆମର ସୁବିଧା ଆମ କର୍ମଚାରୀଙ୍କ ପାଇଁ ଏକ ଆଦର୍ଶ ପରିବେଶ ହେବ। ଉଲ୍ଲେଖଯୋଗ୍ୟ, ପ୍ରଭାତ ରାଉତ, ଲକ୍ଷ୍ମୀନରସିଂହ ଏବଂ ମୋହର ମନୋହର ମିଶ୍ର ଉକ୍ତ କମ୍ପାନୀର ସହ ପ୍ରତିଷ୍ଠାତା। ୨୦୦୯ରୁ କାର୍ଯ୍ୟାରମ୍ଭ କରି ନିଜର ସ୍ଥିତିକୁ ମଜଭୁତ କରିଥିବା ଏହି କମ୍ପାନୀ ଭୁବନେଶ୍ୱରରେ କିଛି ବର୍ଷ ମଧ୍ୟରେ ପ୍ରାୟ ୧୦୦୦ ଲୋକଙ୍କୁ ରୋଜଗାରକ୍ଷମ କରିବା ପାଇଁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri