ନବୀକରଣ ହେଉନି ଓଜନ ମାପ ବଟକରା

ବାଲିମେଳା,୨୩ା୭(ଶିବଦତ୍ତ ସାହୁ)ଦୀର୍ଘ ବର୍ଷ ଧରି ନବୀକରଣ ହେଉନାହିଁ ଓଜନ ମାପ ବଟକରା। ଗୋଟିଏ ପଟେ ଓଜନରେ ଠକେଇ ସହ ଅନ୍ୟପଟେ ଚଢ଼ା ଦରରେ ପନିପରିବା, ମାଛ, ମାଂସ ଓ ଅନ୍ୟାନ୍ୟ ଜରୁରିକାଳୀନ ସାମଗ୍ରୀ କିଣିବାରେ ବହୁ କଷ୍ଟ ସହିବାକୁ ପଡୁଛି ଗ୍ରାହକଙ୍କୁ । ଏଭଳି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ବାଲିମେଳା ସହର ସମେତ କୋରୁକୋଣ୍ଡା ବ୍ଲକ ତାର୍ଲ୍ଲାକୋଟା, ସଦର କୋରୁକୋଣ୍ଡା, କାମ୍ବେଡା ସମେତ ବିଭିନ୍ନ ଅଞ୍ଚଳରେ ଥିବା ବଜାର ଓ ସାପ୍ତାହିକ ହାଟରେ ।
ସୂଚନାଯୋଗ୍ୟ, ଉପରୋକ୍ତ ଅଞ୍ଚଳରେ ପନିପରିବା, ମାଛ ମାଂସ ସହ ଆବଶ୍ୟକ ସାମଗ୍ରୀର ଓଜନରେ ବ୍ୟାପକ ଠକେଇ ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ବର୍ଷ ବର୍ଷ ଧରି ଅନେକ ଦୋକାନୀ ବଟକରା ନବୀକରଣ ନ କରି ପୁରୁଣାରେ ଓଜନ କରି ବ୍ୟବସାୟ କରୁଛନ୍ତି । ଏହାକୁ ନେଇ ଗ୍ରାହକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ବର୍ତ୍ତମାନ ବଜାରରେ ପରିବା ଦର ପ୍ରାୟତଃ ୮୦ ରୁ ୧୨୦ ଟଙ୍କା ରହିଛି। ମାଛ ୨୦୦ ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ରହିଛି । ସେହିପରି ଦେଶୀ ଗୋଟା କୁକୁଡ଼ା କିଲୋ ପିଛା ୪୦୦-୫୦୦ଟଙ୍କା ଦର ରହିଥିବା ବେଳେ ଛେଳି ମାଂସ ୬୫୦ରୁ ୭୦୦ ଟଙ୍କା, ବ୍ରଏଲର କୁକୁଡ଼ା ୨୪୦ ଟଙ୍କାରେ ବିକ୍ରି ହେଉଛି। ଖାଲି ଏତିକି ନୁହେଁ, କେତେଜଣ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀକୁ ଚଢ଼ା ଦରରେ ବିକ୍ରି କରୁଛିନ୍ତି । ପୁରୁଣା ବଟକରାରେ ପ୍ରତିଦିନ ଜିନିଷ କିଣାବିକା କରାଯାଉଛି। ଫଳର ଗ୍ରାହକମାନେ ସବୁବେଳେ ଓଜନରେ ଠକାମିର ଶିକାର ହେଉଥିବା ଅଭିଯୋଗ କରୁଛନ୍ତି। ଏ ଦିଗରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଓଜନ ଓ ମାପ ବିଭାଗ ପକ୍ଷରୁ ବଟକରା ନବୀକରଣ କରାଯିବା କଥା, କିନ୍ତୁ ପ୍ରାୟ ୨/୩ବର୍ଷ ହେବ ଏହି ସମସ୍ତ ଅଞ୍ଚଳରେ ଆଦୌ ବଟକରା ନବୀକରଣ କରାଯାଇ ନାହିଁ ବୋଲି ଅଭିଯୋଗ ହେଉଛି। ଓଜନ ଓ ମାପ ବିଭାଗର ବିଭାଗୀୟ ଅଧିକାରୀଙ୍କ ସହ ଯୋଗାଯୋଗ ହୋଇ ନ ପାରିବାରୁ ତାଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?