ଜୟ ମହାକାଳ ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ

ଯାଜପୁର,୧୬/୧୨ ନିଜର ସେବା କାର୍ଯ୍ୟକୁ ନେଇ ଓଡ଼ିଶାରେ ପରିଚିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ। ସଦସ୍ୟଙ୍କ ବଡ଼ ଭଉଣୀଙ୍କ ଏକାଦଶାହ କ୍ରିୟା ଅବସରରେ ଯାଜପୁର ଜିଲ୍ଲା ସ୍ଥିତ ଯାଜପୁର ରୋଡରେ ଥିବା ଅନାଥାଶ୍ରମରେ ଅନ୍ନଦାନ, ଗୋସେବା, ବୃଦ୍ଧାଶ୍ରମରେ ଅନ୍ନଦାନ ଓ ସେବା କାର୍ଯ୍ୟ ଭଳି ମହତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଫାଉଣ୍ଡେସନର ସଦସ୍ୟ ପ୍ରଭାତ କୁମାର ସେଠୀଙ୍କ ବଡ଼ ଭଉଣୀଙ୍କ ଅକାଳ ବିୟୋଗ ଘଟିଛି । ଭଉଣୀଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଫାଉଣ୍ଡେସନ ତରଫରୁ ଶ୍ରଦ୍ଧାଞ୍ଜଳି ଦିଆଯାଇ ଶୋକ ସନ୍ତପ ପରିବାରବର୍ଗଙ୍କୁ ଧୈର୍ଯ୍ୟଶକ୍ତି ଦିଅନ୍ତୁ ବୋଲି କାମନା କରାଯାଇଛି । ତେବେ ଯାଜପୁର ଜିଲ୍ଲା ଯାଜପୁର ରୋଡ଼ର ଦାନଗଦି ମିଲିଟାରୀ ଛକ ନିକଟବର୍ତ୍ତୀ ଅନ୍ନପୂର୍ଣ୍ଣା ଚାଇଲ୍ଡ କେୟାର ହୋମ ଅନାଥ ଆଶ୍ରମରେ ୧୦୦ ଜଣ ଅନାଥ ଶିଶୁମାନଙ୍କୁ ଅନ୍ନଦାନ କରାଯାଇଛି। ଏହା ସହ ଶ୍ରୀ ବ୍ୟାସ ସରୋବର ଗୋଶାଳା ଠାରେ ଗୋ-ସେବା ଏବଂ ଶେଷରେ ପାଣିକୋଇଲି ସ୍ଥିତ “ଶେଷ ପରିଚୟ ବୃଦ୍ଧାଶ୍ରମ”ରେ ଅନ୍ନଦାନ ଓ କମ୍ବଳ ବଣ୍ଟନ ସହ ସେବାକାର୍ଯ୍ୟ କରାଯାଇଛି ।ତେବେ ଏହି କାର୍ଯ୍ୟକ୍ରମରେ ଫାଉଣ୍ଡେସନର ସଭାପତି ମନୋଜ କୁମାର ଦାସଙ୍କ ସହ ବହୁ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri