ଜୟ ମହାକାଳ ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ

ଯାଜପୁର,୧୬/୧୨ ନିଜର ସେବା କାର୍ଯ୍ୟକୁ ନେଇ ଓଡ଼ିଶାରେ ପରିଚିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ। ସଦସ୍ୟଙ୍କ ବଡ଼ ଭଉଣୀଙ୍କ ଏକାଦଶାହ କ୍ରିୟା ଅବସରରେ ଯାଜପୁର ଜିଲ୍ଲା ସ୍ଥିତ ଯାଜପୁର ରୋଡରେ ଥିବା ଅନାଥାଶ୍ରମରେ ଅନ୍ନଦାନ, ଗୋସେବା, ବୃଦ୍ଧାଶ୍ରମରେ ଅନ୍ନଦାନ ଓ ସେବା କାର୍ଯ୍ୟ ଭଳି ମହତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଫାଉଣ୍ଡେସନର ସଦସ୍ୟ ପ୍ରଭାତ କୁମାର ସେଠୀଙ୍କ ବଡ଼ ଭଉଣୀଙ୍କ ଅକାଳ ବିୟୋଗ ଘଟିଛି । ଭଉଣୀଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଫାଉଣ୍ଡେସନ ତରଫରୁ ଶ୍ରଦ୍ଧାଞ୍ଜଳି ଦିଆଯାଇ ଶୋକ ସନ୍ତପ ପରିବାରବର୍ଗଙ୍କୁ ଧୈର୍ଯ୍ୟଶକ୍ତି ଦିଅନ୍ତୁ ବୋଲି କାମନା କରାଯାଇଛି । ତେବେ ଯାଜପୁର ଜିଲ୍ଲା ଯାଜପୁର ରୋଡ଼ର ଦାନଗଦି ମିଲିଟାରୀ ଛକ ନିକଟବର୍ତ୍ତୀ ଅନ୍ନପୂର୍ଣ୍ଣା ଚାଇଲ୍ଡ କେୟାର ହୋମ ଅନାଥ ଆଶ୍ରମରେ ୧୦୦ ଜଣ ଅନାଥ ଶିଶୁମାନଙ୍କୁ ଅନ୍ନଦାନ କରାଯାଇଛି। ଏହା ସହ ଶ୍ରୀ ବ୍ୟାସ ସରୋବର ଗୋଶାଳା ଠାରେ ଗୋ-ସେବା ଏବଂ ଶେଷରେ ପାଣିକୋଇଲି ସ୍ଥିତ “ଶେଷ ପରିଚୟ ବୃଦ୍ଧାଶ୍ରମ”ରେ ଅନ୍ନଦାନ ଓ କମ୍ବଳ ବଣ୍ଟନ ସହ ସେବାକାର୍ଯ୍ୟ କରାଯାଇଛି ।ତେବେ ଏହି କାର୍ଯ୍ୟକ୍ରମରେ ଫାଉଣ୍ଡେସନର ସଭାପତି ମନୋଜ କୁମାର ଦାସଙ୍କ ସହ ବହୁ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri