ଷଷ୍ଠ ରାଜ୍ୟ ଅର୍ଥ ଆୟୋଗଙ୍କ ଅଭିନବ ପ୍ରସ୍ତାବ: ପଞ୍ଚାୟତରେ ଏପରି ନିଯୁକ୍ତି ଦେବାକୁ ସୁପାରିସ

ଭୁବନେଶ୍ୱର, ୨୩।୧: ଓଡ଼ିଶାର ଆର୍ଥିକ ବିକାଶ ଏବଂ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡ଼ିକର ସୁଦୃଢ଼ିକରଣ ପାଇଁ ଗଠିତ ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ନିଜର ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିଛନ୍ତି। ଆୟୋଗର ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଲୋକ ଭବନଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ଭେଟି ଏହି ଗୁରୁତ୍ୱପୂର୍ଣ୍ଣ ରିପୋର୍ଟ ପ୍ରଦାନ କରିଛନ୍ତି।

ଏହି ରିପୋର୍ଟରେ ରାଜ୍ୟର ପଞ୍ଚାୟତ ଏବଂ ପୌର ସଂସ୍ଥାଗୁଡ଼ିକର ଆର୍ଥିକ ଅଭାବ ଦୂର କରିବା ପାଇଁ ଅନେକ ଅଭିନବ ପରାମର୍ଶ ଦିଆଯାଇଛି। ମୁଖ୍ୟତଃ ରାଜ୍ୟ ସରକାରଙ୍କ ଟିକସକୁ ରାଜ୍ୟ, ପଞ୍ଚାୟତ ଏବଂ ପୌର ସଂସ୍ଥାଗୁଡ଼ିକ ମଧ୍ୟରେ କିଭଳି ସୁଷମ ବଣ୍ଟନ କରାଯିବ, ସେନେଇ ସୁପାରିସ କରାଯାଇଛି। ସ୍ଥାନୀୟ ସଂସ୍ଥାଗୁଡ଼ିକର ନିଜସ୍ୱ ଆୟ ବୃଦ୍ଧି ଏବଂ ଅନୁଦାନ ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଛି। ଜନପ୍ରତିନିଧି, ବିଶେଷଜ୍ଞ ଏବଂ ବିଭିନ୍ନ ବିଭାଗ ସହ ଆଲୋଚନା କରି ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି।

୨୦୨୫ ଜାନୁଆରୀ ୨୨ରେ ଗଠିତ ଏହି ଆୟୋଗରେ ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପ୍ରଫେସର ଅମରେଶ ସାମନ୍ତରାୟ ଏବଂ ଡ. ବିଭୁ ପ୍ରସାଦ ନାୟକ ସଦସ୍ୟ ଭାବେ ରହିଥିବା ବେଳେ ଡ. ସତ୍ୟପ୍ରିୟ ରଥ ସଦସ୍ୟ ସଚିବ ଦାୟିତ୍ୱ ତୁଲାଉଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ ରିପୋର୍ଟ ଦାଖଲ କରିଥିବାରୁ ରାଜ୍ୟପାଳ ଆୟୋଗକୁ ଅଭିନନ୍ଦନ ଜଣାଇଛନ୍ତି।

ସୂଚନାଯୋଗ୍ୟ ଯେ, ୨୦୧୮ରେ ଗଠିତ ପଞ୍ଚମ ଅର୍ଥ ଆୟୋଗ ରାଜ୍ୟର ନିଜସ୍ୱ ଟିକସର ୧୦ ପ୍ରତିଶତ ସ୍ଥାନୀୟ ସଂସ୍ଥାଗୁଡ଼ିକୁ ଦେବାକୁ ପରାମର୍ଶ ଦେଇଥିଲେ। ଏଥିସହ ପ୍ରାଥମିକ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଗ୍ରାମ ପଞ୍ଚାୟତ ସ୍ତରରେ ଆକାଉଣ୍ଟାଣ୍ଟ ଓ ଡିଇଓ (DEO) ନିଯୁକ୍ତି ପାଇଁ ସୁପାରିସ କରାଯାଇଥିଲା। ଷଷ୍ଠ ଆୟୋଗଙ୍କ ଏହି ନୂତନ ରିପୋର୍ଟ ଆଗାମୀ ଦିନରେ ରାଜ୍ୟର ତୃଣମୂଳ ସ୍ତରର ବିକାଶରେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ: ନେତାନ୍ୟାହୁଙ୍କ ଜାଲରେ ଫସିଲେ କି ଟ୍ରମ୍ପ?

ନୂଆଦିଲ୍ଲୀ,୧୨।୩: ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନ ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଅଡୁଆ ସୂତା ପାଲଟିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି।…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର…

ତଣ୍ଟି କାଟି ମହିଳାଙ୍କୁ ବିଭତ୍ସ ହତ୍ୟା ଘଟଣା, ପ୍ରେମିକାକୁ ହତ୍ୟା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ପ୍ରେମିକ

ବାଲେଶ୍ୱର,୧୨ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅର୍ନ୍ତଗତ ଫକୀରମୋହନ ନଗରରେ ଜଣେ ମହିଳାଙ୍କ ତଣ୍ଟି କାଟି ବିଭତ୍ସ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପୁରୁଷବନ୍ଧୁ ଜଣକ…

ଜମିବାଡ଼ି ବିବାଦକୁ ନେଇ ହତ୍ୟା ମାମଲା, ୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର,୧୨ା୩(ସୁନିଲ କୁମାର ମହାନ୍ତି): ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri