କାର୍ଯ୍ୟକ୍ଷମ ହୋଇପାରୁନି ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର

ବ୍ରହ୍ମବରଦା,୨୯ା୧୦(ଯଯାତି କେଶରୀ ବେହେରା):ବ୍ରହ୍ମବରଦା କଲେଜ ନିକଟରେ ପ୍ରତିଷ୍ଠା ହୋଇଥିବା ୩୩/୧୧କେଭି ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର କାମରେ ଲାଗି ପାରୁନାହିଁ। ଫଳରେ ଏହାକୁ ନେଇ ଉପଭୋକ୍ତାଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଗତ ଜୁନ ୮ରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଏହି ଷ୍ଟ୍ରକ୍‌ଚରକୁ ଉଦ୍‌ଘାଟନ କରି ବ୍ରହ୍ମବରଦା ଓ ଏହାର ଆଖପାଖ ୧୦ରୁ ଊର୍ଦ୍ଧ୍ୱ ଗାଁର ବିଦ୍ୟୁତ୍‌ ଉପଭୋକ୍ତା ଲୋ-ଭୋଲଟେଜ ସମସ୍ୟାରୁ ମୁକ୍ତି ପାଇବେ ବୋଲି ପ୍ରକାଶ କରିଥିଲେ। ହେଲେ ଏହା ମଧ୍ୟରେ ୫ ମାସ ବିତିଯାଇଥିଲେ ସୁଦ୍ଧା ଷ୍ଟ୍ରକ୍‌ଚର କାର୍ଯ୍ୟକ୍ଷମ ହୋଇ ପାରୁନାହିଁ। ଏ ନେଇ ବିଗତ ଦିନରେ ବ୍ରହ୍ମବରଦାସ୍ଥିତ ବିଦ୍ୟୁତ୍‌ ଅଫିସ ସମ୍ମୁଖରେ ବ୍ରହ୍ମବରଦା, ଚାନ୍ଦପୁର ଓ ମହେଶ୍ୱରପୁରର ଶତାଧିକ ଉପଭୋକ୍ତା ଗଣଧାରଣା ଦେଇଥିଲେ।
ତେବେ ଷ୍ଟ୍ରକ୍‌ଚରର ଆର୍ଥିଙ୍ଗଗୁଡ଼ିକ ଆଇ୍‌ଏସ୍‌ଆଇ ଷ୍ଟଣ୍ଡାର୍ଡ ହିସାବରେ କାମ ହୋଇ ନ ଥିବା, ପ୍ରୋଟେକ୍ସନ ସିଷ୍ଟମ ଠିକରେ ହୋଇ ନ ଥିବା ଓ ୩ ଫିଡର ମଧ୍ୟରୁ ଗୋଟିଏ ଫିଡରର କିଛି ତ୍ରୁଟି ଥିବା କୁଆଖିଆ ବିଦ୍ୟୁତ୍‌ ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଆଲୋକ କୁମାର ଦାଶ ଆନ୍ଦୋଳନକାରୀଙ୍କୁ କହିଥିଲେ। ଏଥିସହିତ ବାକି ଦୁଇ ଫିଡରକୁ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ ବୋଲି ପ୍ରକାଶ କରିଥିଲେ। ହେଲେ ତାଙ୍କ କଥା ମଧ୍ୟ କାର୍ଯ୍ୟକାରୀ ହୋଇ ପାରିନାହିଁ ବୋଲି ଉପଭୋକ୍ତା ଅଭିଯୋଗ କରିଛନ୍ତି। ତେଣୁ ଷ୍ଟ୍ରକ୍‌ଚରକୁ ଶୀଘ୍ର କାର୍ଯକ୍ଷମ କରା ନ ଗଲେ ଆଗାମୀ ଦିନରେ ଉପଭୋକ୍ତା ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?