ଇନ୍‌ପୁଟ ସହାୟତା ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇବ: ଆଇନ ମନ୍ତ୍ରୀ

ଖୋର୍ଦ୍ଧା,୮।୧୨(ପ୍ରଭାତ ପାଣିଗ୍ରାହୀ): ଚାଷୀଙ୍କ ଖାତାକୁ ଇନ୍‌ପୁଟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲା ସୋହେଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହି ଅବସରରେ ଖୋର୍ଦ୍ଧା ଜିଲାସ୍ତରୀୟ ଶୁଭାରମ୍ଭ ସମାବେଶ ହାବେଳି ପଡ଼ିଆରେ ଆୟୋଜିତ ହୋଇଯାଇଛି। ଜିଲାପାଳ ଚଞ୍ଚଳ ରାଣାଙ୍କଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶରେ ମୁଖ୍ୟଅତିଥି ଭାବେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗଦେଇ କୃଷକଙ୍କ କଲ୍ୟାଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି।

ଚାଷୀ ସମାଜ ପାଇଁ ଆଜିର ଦିନ ଏକ ଐତିହାସିକ ଦିନ। ଚାଷୀଙ୍କ ଆର୍ଥିକ ବିକାଶ ଲାଗି ଦେଇଥିବା ପ୍ରତିଶ୍ରୁତି ଆଜି ସଫଳ ହୋଇଛି। ସର୍ବ ନିମ୍ନ ସହାୟକ ମୂଲ୍ୟ ୨୩ଶହ ଟଙ୍କା ଉପରେ ଚାଷୀଙ୍କୁ
୮ଶହ ଟଙ୍କାର ଇନ୍‌ପୁଟ ସହାୟତା ରାଶି ପ୍ରଦାନ କରି ୩୧ଶହ ଟଙ୍କାରେ ଧାନ କ୍ରୟ କରିବା ପ୍ରକ୍ରିୟା ରାଜ୍ୟ ସରକାର ଆରମ୍ଭ କରିଛନ୍ତି। ସମଗ୍ର ଜିଲାରେ ସମସ୍ତ ଚାଷୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ଇନ୍‌ପୁଟ ସହାୟତା ପାଇବେ।

ନିର୍ବାଚନ ସମୟରେ ଯାହା ପ୍ରତିଶ୍ରୁତି ଦେଇଛୁ ସବୁ କାର୍ଯ୍ୟକାରୀ କରାଯିବ। ସରକାର ଆସିବା ପରେ ପ୍ରଥମ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନେଇଥିଲୁ। ଆଜି ତାହା ଶୁଭାରମ୍ଭ ହୋଇଛି। ଏହି ସହାୟତା ଚାଷୀଙ୍କ ଆର୍ଥିକ ବିକାଶ ସହ ଚାଷ ପାଇଁ ପ୍ରୋତ୍ସାହନ ଯୋଗାଇବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ଜଗଦେବ ଉପସ୍ଥିତ ଥିଲେ। ଜିଲା ପରିଷଦ ଉନ୍ନୟନ ଅଧିକାରୀ ଜ୍ୟୋତିଶଙ୍କର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଓଡିଶୀ ନୃତ୍ୟଶିଳ୍ପୀ ନୃତ୍ୟ ପରିବେଷଣ କରିଥିଲେ। ଜିଲାର ସମସ୍ତ ବ୍ଳକର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri