ଇନ୍‌ପୁଟ ସହାୟତା ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇବ: ଆଇନ ମନ୍ତ୍ରୀ

ଖୋର୍ଦ୍ଧା,୮।୧୨(ପ୍ରଭାତ ପାଣିଗ୍ରାହୀ): ଚାଷୀଙ୍କ ଖାତାକୁ ଇନ୍‌ପୁଟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲା ସୋହେଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହି ଅବସରରେ ଖୋର୍ଦ୍ଧା ଜିଲାସ୍ତରୀୟ ଶୁଭାରମ୍ଭ ସମାବେଶ ହାବେଳି ପଡ଼ିଆରେ ଆୟୋଜିତ ହୋଇଯାଇଛି। ଜିଲାପାଳ ଚଞ୍ଚଳ ରାଣାଙ୍କଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶରେ ମୁଖ୍ୟଅତିଥି ଭାବେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗଦେଇ କୃଷକଙ୍କ କଲ୍ୟାଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି।

ଚାଷୀ ସମାଜ ପାଇଁ ଆଜିର ଦିନ ଏକ ଐତିହାସିକ ଦିନ। ଚାଷୀଙ୍କ ଆର୍ଥିକ ବିକାଶ ଲାଗି ଦେଇଥିବା ପ୍ରତିଶ୍ରୁତି ଆଜି ସଫଳ ହୋଇଛି। ସର୍ବ ନିମ୍ନ ସହାୟକ ମୂଲ୍ୟ ୨୩ଶହ ଟଙ୍କା ଉପରେ ଚାଷୀଙ୍କୁ
୮ଶହ ଟଙ୍କାର ଇନ୍‌ପୁଟ ସହାୟତା ରାଶି ପ୍ରଦାନ କରି ୩୧ଶହ ଟଙ୍କାରେ ଧାନ କ୍ରୟ କରିବା ପ୍ରକ୍ରିୟା ରାଜ୍ୟ ସରକାର ଆରମ୍ଭ କରିଛନ୍ତି। ସମଗ୍ର ଜିଲାରେ ସମସ୍ତ ଚାଷୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ଇନ୍‌ପୁଟ ସହାୟତା ପାଇବେ।

ନିର୍ବାଚନ ସମୟରେ ଯାହା ପ୍ରତିଶ୍ରୁତି ଦେଇଛୁ ସବୁ କାର୍ଯ୍ୟକାରୀ କରାଯିବ। ସରକାର ଆସିବା ପରେ ପ୍ରଥମ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନେଇଥିଲୁ। ଆଜି ତାହା ଶୁଭାରମ୍ଭ ହୋଇଛି। ଏହି ସହାୟତା ଚାଷୀଙ୍କ ଆର୍ଥିକ ବିକାଶ ସହ ଚାଷ ପାଇଁ ପ୍ରୋତ୍ସାହନ ଯୋଗାଇବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ଜଗଦେବ ଉପସ୍ଥିତ ଥିଲେ। ଜିଲା ପରିଷଦ ଉନ୍ନୟନ ଅଧିକାରୀ ଜ୍ୟୋତିଶଙ୍କର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଓଡିଶୀ ନୃତ୍ୟଶିଳ୍ପୀ ନୃତ୍ୟ ପରିବେଷଣ କରିଥିଲେ। ଜିଲାର ସମସ୍ତ ବ୍ଳକର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?