ପାରାଦୀପ ବନ୍ଦରରେ ଆଇଏନ୍‌ଏସ୍‌ ଘଡ଼ିଆଳ

ପାରାଦୀପ,୨୩।୧୧(ସ୍ବ.ପ୍ର.): ଡିସେମ୍ବର ୫ ନୌସେନା ଦିବସ ପାଳିତ ହେବ। ଏହା ଅବ୍ୟବହିତ ପୂର୍ବରୁ ନୌସେନା ପକ୍ଷରୁ ଦୁଇଦିନିଆ ସ୍ବାସ୍ଥ୍ୟସେବା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ବନ୍ଦରରେ ମଙ୍ଗଳବାର ଇଫ୍‌କୋ ବର୍ଥରେ ଲାଗିଥିବା ଆଇଏନ୍‌ଏସ୍‌ ଘଡ଼ିଆଳ ଜାହାଜରେ ଏହି ଶିବିର ଆୟୋଜନ କରାଯାଇଛି। ପାରାଦୀପ ତଥା ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କୁ ନୌସେନା ପକ୍ଷରୁ ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟକୁ ବସ୍‌ ଯୋଗେ ଅଣାଯାଇ ଏଠାରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଶିବିରରେ ନୌସେନାର ୯ ଜଣ ବିଶେଷଜ୍ଞ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ଚିକିତ୍ସା କରୁଛନ୍ତି। ବିଶାଖାପାଟଣା ଓ ଚିଲିକାରେ ଥିବା ନୌସେନା ଚିକିତ୍ସାଳୟ କଲ୍ୟାଣୀ, ନିବାରିଣୀର ଡାକ୍ତର ଏଥିରେ ଯୋଗ ଦେଇଛନ୍ତି ବୋଲି ନୌସେନା ଆଡମିରାଲ ଆର. ରବି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ନୌସେନା ୧୯୭୧ ଡିସେମ୍ବର ୫ରେ ପାକିସ୍ତାନ କରାଚି ସହର ଉପରେ ଆକ୍ରମଣ କରି ଯୁଦ୍ଧ ବିଜୟ ହାସଲ କରିଥିଲା। ସେହି ସ୍ମୃତିରେ ପ୍ରତିବର୍ଷ ଡିସେମ୍ବର ୫କୁ ନୌସେନା ଦିବସ ଭାବେ ପାଳନ କରାଯାଉଛି। ଏହା ଅବବ୍ୟହିତ ପୂର୍ବରୁ ପାରାଦୀପ ତଥା ଅନ୍ୟ ରାଜ୍ୟରେ ସ୍ଥାନୀୟ ଜନସାଧାରଣଙ୍କ ପାଇଁ ସମୁଦ୍ରରେ ଦିନେ କାର୍ଯ୍ୟକ୍ରମ ଆୟୋଜନ କରାଯାଏ। ଚଳିତବର୍ଷ ଉକ୍ତ କାର୍ଯ୍ୟକ୍ରମ ବଦଳରେ ସ୍ବାସ୍ଥ୍ୟସେବା ଶିବିର ଆୟୋଜନ କରାଯାଇଛି ବୋଲି ଆଇଏନ୍‌ଏସ୍‌ ଚିଲିକା କମାଣ୍ଡିଂ ଅଫିସର ପ୍ରଦୀପ ସୂଚନା ଦେଇଛନ୍ତି। ଆଇଏନ୍‌ଏସ୍‌ ଘଡ଼ିଆଳ ଏକ ହସ୍ପିଟାଲ ସୁବିଧା ଉପଲବ୍ଧ ଜାହାଜ। ଏଥିରେ ସମସ୍ତ ପ୍ରକାର ଚିକିତ୍ସା ସୁବିଧା ରହିଛି ବୋଲି ନୌସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri