Posted inଜାତୀୟ

ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନଏସ ଭାଗିର…

ମୁମ୍ବାଇ,୨୩।୧ : ଆଇଏନଏସ ଭାଗିରକୁ ଭାରତୀୟ ନୌସେନାରେ ସାମିଲ କରାଯାଇଛି। ପ୍ରୋଜେକ୍ଟ ୭୫ ଅନ୍ତର୍ଗତ କଲଭାରି ଶ୍ରେଣୀର ଏହା ହେଉଛି ପଞ୍ଚମ ବୁଡ଼ାଜାହାଜ। ମୁମ୍ବାଇର ନାଭାଲ ଡକୟାର୍ଡରେ ନୌସନା ମୁଖ୍ୟ ଆଡମିରାଲ ଆର ହରି କୁମାରଙ୍କ ଉପସ୍ଥିତିରେ ଆଇଏନଏସ ଭାଗିରକୁ ନୌସେନାରେ ସାମିଲ କରାଯାଇଛି। ଏହାଦ୍ୱାରା ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି।

ଏହି ବୁଡ଼ାଜାହାଜ ସମ୍ପୂୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛି। ଏହା ଫ୍ରାନ୍ସର କମ୍ପାନୀ ନେଭଲ ଗ୍ରୁପ୍‌ ଏବଂ ମୁମ୍ବାଇର ମାଜାଗାଓଁ ଡକ ଶିପବିଲ୍ଡର୍ସ ଲିମିଟେଡ ଦ୍ୱାରା ମିଳିତ ଭାବରେ ନିର୍ମିତ ହୋଇଛି।

ଏହାପୂର୍ବରୁ ଚାରିଟି ବୁଡ଼ାଜାହାଜକୁ ଭାରତୀୟ ନୌସେନାରେ ସାମିଲ କରାଯାଇଛି। ନଭେମ୍ବର ୨୦୨୨ରେ ମାଜାଗାଓଁ ଡକ ଶିପବିଲ୍ଡର୍ସ ଲିମିଟେଡ ଏହି ପଞ୍ଚମ ବୁଡ଼ାଜାହାଜକୁ ନୌସେନାକୁ ହସ୍ତାନ୍ତର କରିଥିଲା। କମାଣ୍ଡିଂ ଅଫିସର କମାଣ୍ଡର ଦୀପକ ଏସ କହିଛନ୍ତି, ନୌସେନା ଏବଂ ଦେଶର ସୁରକ୍ଷା ଏବଂ ଆବଶ୍ୟକତାକୁ ପୂରଣ କରିବା ପାଇଁ ଏହି ବୁଡ଼ାଜାହାଜ ସମ୍ପୂର୍ଣ୍ଣ ପ୍ରସ୍ତୁତ। ସେ ଏହା ମଧ୍ୟ କହିଛନ୍ତି ଯେ ଏହା ଏକ ଆତ୍ମନିର୍ଭରଶୀଳ ଭାରତ ହେବା ଦିଗରେ ଏକ ବଡ ପଦକ୍ଷେପ ବୋଲି ବିବେଚନା କରାଯାଇପାରେ।

ଆଇଏନଏସ ଭାଗିରର ଲମ୍ବ ୬୭ ମିଟର ଏବଂ ଉଚ୍ଚତା ୨୧ ମିଟର। ପାଣି ଉପରେ ଏହାବେଗ ଘଣ୍ଟାପ୍ରତି ୨୦ କିଲୋମିଟର ଥିବାବେଳେ ପାଣି ଭିତରେ ୪୦ କିଲୋମିଟରେ ବେଗରେ ଗତି କରିବାର କ୍ଷମତା ଅଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ୫୦ରୁ ଅଧିକ ନାବିକ ଏବଂ ନୌସେନା ଅଧିକାରୀ ବୁଡ଼ାଜାହାଜରେ ଅପରେଶନ କରିପାରିବେ। ଏହା ସହିତ ୧୬ ଟି ଟର୍ପେଡୋ, ମାଇନ୍ସ, କ୍ଷେପଣାସ୍ତ୍ର ସହିତ ସଜ୍ଜିତ ।

ଏପର୍ଯ୍ୟନ୍ତ ସମସ୍ତ ସ୍ବଦେଶୀ ନିର୍ମିତ ବୁଡ଼ାଜାହାଜ ମଧ୍ୟରେ ଏହାର ନିର୍ମାଣ କମ ସମୟ ମଧ୍ୟରେ ସମ୍ପୂର୍ଣ୍ଣ ହୋଇଛି। ଏହାର ସମୁଦ୍ର ପରୀକ୍ଷଣ ଆରମ୍ଭ ପ୍ରଥମେ ୨୨ଫେବୃଆରୀରେ ହୋଇଥିଲା। ଏହି ସମୟରେ, ଏହା କଠିନ ଏବଂ ଚ୍ୟାଲେଞ୍ଜିଂ ସମୁଦ୍ର ପରୀକ୍ଷଣ ଦେଇ ଏହା ଗତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri