Posted inଜାତୀୟ

ଆଇଏନ୍‌ଏସ୍ ବିରାଟ ହୋଇପାରିବନି ମ୍ୟୁଜିୟମ!

ଅହମଦାବାଦ,୨୫ ।୧୦: ଭାରତୀୟ ନୌସେନାରୁ ସେବା ନିବୃତ୍ତ ହୋଇ ସାରିଥିବା ଆଇଏନ୍‌ଏସ୍ ବିରାଟକୁ ମ୍ୟୁଜିୟମ ବା ସଂଗ୍ରହାଳୟ କରିବାର ଆଶା ବେଳକୁ ବେଳ କ୍ଷୀଣ ହେବାରେ ଲାଗିଛି । କାରଣ ଏହାକୁ ଭାଙ୍ଗିବାକୁ କ୍ରୟ କରିଥିବା କମ୍ପାନୀ ପାଖାପାଖି ୩ ସପ୍ତାହର ପରୀକ୍ଷଣ ପରେ ଜାହାଜକୁ ଗୁଜରାଟର ଅଲଙ୍ଗ ସ୍ଥିତ ନିଜର ବାକଡ ବା ସ୍କ୍ରାପ୍ ୟାଡକୁ ପରିବହନ ଆରମ୍ଭ କରି ଦେଇଛି । ମୁମ୍ବାଇର ଘରୋଇ କମ୍ପାନୀ ଇନୋଭେଟିଭ ମରିନ କନସଲସ୍ନ୍ ପ୍ରାଇଭେଟ ଲିମିଟେଡ ଗତ ମାସରେ ‘ବିରାଟ’କୁ ସଂଗ୍ରହାଳୟ କରିବାକୁ ଇଚ୍ଛା ପ୍ରକାଶ କରିଥିଲା । ହେଲେ ପ୍ରତିରକ୍ଷା ମନ୍ତ୍ରଣାଳୟ ଏ ସମ୍ପର୍କରେ କମ୍ପାନୀକୁ ଏପର୍ଯ୍ୟନ୍ତ ନୋ ଅବଜେକଶନ୍ ସାର୍ଟିଫିକେଟ ଦେଇ ନ ଥିବା ଜଣାପଡିଛି । ସୂଚନାଯୋଗ୍ୟ, ଏହି ଯୁଦ୍ଧ ଜାହାଜ ଭାରତୀୟ ନୌସେନାରେ ୧୯୮୭ରେ ସାମିଲ ହୋଇଥିଲା ଓ ୨୦୧୭ ପର୍ଯ୍ୟନ୍ତ ସେବା ଯୋଗାଇ ଦେଇଥିଲା । ଚଳିତ ବର୍ଷ ଜୁଲାଇରେ ଜାହାଜ ଭାଙ୍ଗିବା କାମ କରୁଥିବା କମ୍ପାନୀ ଅଲଂଗର ଶ୍ରୀରାମ ଗ୍ରୁପ ଏହାକୁ ୩୮.୫୪ କୋଟି ଟଙ୍କାରେ କ୍ରୟ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri