ଗର୍ଭଗୃହରୁ ପାଣି ଗଳୁଛି

ଢେଙ୍କାନାଳ ଅଫିସ, ୮।୨: ନିଜ ଆସ୍ଥାନରେ ଅସୁରକ୍ଷିତ କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉ। ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଏହି ଶୈବପୀଠର ମୁଖ୍ୟ ମନ୍ଦିର ଗର୍ଭଗୃହରୁ ପାଣି ଗଳୁଛି। ସମସ୍ୟା ସମ୍ପର୍କରେ ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ ଚିଠି ମାଧ୍ୟମରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ଅବଗତ କରାଇବା ସତ୍ତ୍ୱେ କୌଣସି ଫରକ ପଡୁନାହିଁ। ବହୁ ଲକ୍ଷ ଶ୍ରଦ୍ଧାଳୁଙ୍କ ଆସ୍ଥା ବିଶ୍ୱାସର ପ୍ରତୀକ ସାଜିଥିବା ଏହି ମନ୍ଦିର ପ୍ରତି ବିପଦ ବଢୁଥିବାବେଳେ ଏଏସ୍‌ଆଇର ଅବହେଳାକୁ ନେଇ କ୍ଷୋଭ ବ୍ୟକ୍ତ କରିଛନ୍ତି ଜନପ୍ରତିନିଧି ଏବଂ ସେବାୟତ।
ଆସନ୍ତା ୧୮ ତାରିଖରେ କପିଳାସ ପୀଠରେ ଆୟୋଜିତ ହେବ ପ୍ରସିଦ୍ଧ ଜାଗରଯାତ୍ରା। କରୋନା ଭୟ ହଟିଥିବାରୁ ଦୀର୍ଘ ୨ ବର୍ଷ ପରେ ଭକ୍ତ ଓ ଭଗବାନଙ୍କର ମିଳନ ହେବ। ମହାଦେବଙ୍କ ଏହି ବାର୍ଷିକ ଯାତ୍ରାକୁ ଶୃଙ୍ଖଳିତ କରିବା ଲାଗି ମଙ୍ଗଳବାର ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ବୈଠକରେ ହୋଇଥିବା ଆଲୋଚନାରୁ ଜଣାପଡ଼ିଛି, ମନ୍ଦିର ଗର୍ଭଗୃହରୁ ପାଣି ଗଳିବା ଏବଂ ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ଦେବୋତ୍ତର ବିଭାଗ ଦୁଇଥର ଚିଠି ଲେଖି ଅବଗତ କରାଇବା ସତ୍ତ୍ୱେ ଏଏସ୍‌ଆଇ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହାକୁ ନେଇ କ୍ଷୋଭ ବ୍ୟକ୍ତ କରିଛନ୍ତି ବିଧାୟକ ସୁଧୀର କୁମାର ସାମଲ। ସେହିପରି ପାଣି ଗଳି ମନ୍ଦିର ଭିତ୍ତିଭୂମି ଦୁର୍ବଳ ହୋଇପଡୁଥିବାବେଳେ ଏହା କୌଣସି ମୁହୂର୍ତ୍ତରେ ଭୁଶୁଡ଼ି ପଡ଼ିବା ଆଶଙ୍କାକୁ ଅଣଦେଖା କରାଯାଇ ନ ପାରେ ବୋଲି କହି ସେବାୟତମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଖୁବ୍‌ଶୀଘ୍ର ଏଏସ୍‌ଆଇ କର୍ତ୍ତୃପକ୍ଷକୁ ଡାକି ବୈଠକ କରାଯିବ। ଏହାସତ୍ତ୍ୱେ ମାନସିକତାରେ ପରିବର୍ତ୍ତନ ନ ଆଣିଲେ ଏଏସ୍‌ଆଇକୁ ମନ୍ଦିର କମିଟି ସମେତ ଜିଲାବ୍ୟାପୀ ଅସହଯୋଗ କରାଯିବ ବୋଲି ବିଧାୟକ ଚେତାବନୀ ଦେଇଛନ୍ତି ା
ବୈଠକରେ ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ଖଟୁଆ, ବିଡିଓ ଆଶିଷ ରଞ୍ଜନ ସାହୁ, ଜିଲା ପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ସରୋଜ ଦତ୍ତ, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସ୍ନିଗ୍ଧାରାଣୀ ଧଳ, ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ ତ୍ରିପାଠୀ, ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ, ଯନ୍ତ୍ରୀ ସୁରେନ୍ଦ୍ର ବେହେରା, ମନୋରଞ୍ଜନ ବିଶ୍ୱାଳ, ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଗୋଇନ୍ଦା ଡିଏସ୍‌ପି ଅରୁଣ କୁମାର ସାହୁ, ଗଁଦିଆ ଥାନା ଅଧିକାରୀ ସତ୍ୟବ୍ରତ ଭୂତିଆ, ବରିଷ୍ଠ ସେବାୟତ ନିରଞ୍ଜନ ମହାପାତ୍ର, ସେବାୟତ ସଂଘ ସଭାପତି ନିରଞ୍ଜନ ପତି, ଦେଓଗାଁ ସରପଞ୍ଚ ବିଜୟ ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri