ଗର୍ଭଗୃହରୁ ପାଣି ଗଳୁଛି

ଢେଙ୍କାନାଳ ଅଫିସ, ୮।୨: ନିଜ ଆସ୍ଥାନରେ ଅସୁରକ୍ଷିତ କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉ। ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଏହି ଶୈବପୀଠର ମୁଖ୍ୟ ମନ୍ଦିର ଗର୍ଭଗୃହରୁ ପାଣି ଗଳୁଛି। ସମସ୍ୟା ସମ୍ପର୍କରେ ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ ଚିଠି ମାଧ୍ୟମରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ଅବଗତ କରାଇବା ସତ୍ତ୍ୱେ କୌଣସି ଫରକ ପଡୁନାହିଁ। ବହୁ ଲକ୍ଷ ଶ୍ରଦ୍ଧାଳୁଙ୍କ ଆସ୍ଥା ବିଶ୍ୱାସର ପ୍ରତୀକ ସାଜିଥିବା ଏହି ମନ୍ଦିର ପ୍ରତି ବିପଦ ବଢୁଥିବାବେଳେ ଏଏସ୍‌ଆଇର ଅବହେଳାକୁ ନେଇ କ୍ଷୋଭ ବ୍ୟକ୍ତ କରିଛନ୍ତି ଜନପ୍ରତିନିଧି ଏବଂ ସେବାୟତ।
ଆସନ୍ତା ୧୮ ତାରିଖରେ କପିଳାସ ପୀଠରେ ଆୟୋଜିତ ହେବ ପ୍ରସିଦ୍ଧ ଜାଗରଯାତ୍ରା। କରୋନା ଭୟ ହଟିଥିବାରୁ ଦୀର୍ଘ ୨ ବର୍ଷ ପରେ ଭକ୍ତ ଓ ଭଗବାନଙ୍କର ମିଳନ ହେବ। ମହାଦେବଙ୍କ ଏହି ବାର୍ଷିକ ଯାତ୍ରାକୁ ଶୃଙ୍ଖଳିତ କରିବା ଲାଗି ମଙ୍ଗଳବାର ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ବୈଠକରେ ହୋଇଥିବା ଆଲୋଚନାରୁ ଜଣାପଡ଼ିଛି, ମନ୍ଦିର ଗର୍ଭଗୃହରୁ ପାଣି ଗଳିବା ଏବଂ ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ଦେବୋତ୍ତର ବିଭାଗ ଦୁଇଥର ଚିଠି ଲେଖି ଅବଗତ କରାଇବା ସତ୍ତ୍ୱେ ଏଏସ୍‌ଆଇ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହାକୁ ନେଇ କ୍ଷୋଭ ବ୍ୟକ୍ତ କରିଛନ୍ତି ବିଧାୟକ ସୁଧୀର କୁମାର ସାମଲ। ସେହିପରି ପାଣି ଗଳି ମନ୍ଦିର ଭିତ୍ତିଭୂମି ଦୁର୍ବଳ ହୋଇପଡୁଥିବାବେଳେ ଏହା କୌଣସି ମୁହୂର୍ତ୍ତରେ ଭୁଶୁଡ଼ି ପଡ଼ିବା ଆଶଙ୍କାକୁ ଅଣଦେଖା କରାଯାଇ ନ ପାରେ ବୋଲି କହି ସେବାୟତମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଖୁବ୍‌ଶୀଘ୍ର ଏଏସ୍‌ଆଇ କର୍ତ୍ତୃପକ୍ଷକୁ ଡାକି ବୈଠକ କରାଯିବ। ଏହାସତ୍ତ୍ୱେ ମାନସିକତାରେ ପରିବର୍ତ୍ତନ ନ ଆଣିଲେ ଏଏସ୍‌ଆଇକୁ ମନ୍ଦିର କମିଟି ସମେତ ଜିଲାବ୍ୟାପୀ ଅସହଯୋଗ କରାଯିବ ବୋଲି ବିଧାୟକ ଚେତାବନୀ ଦେଇଛନ୍ତି ା
ବୈଠକରେ ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ଖଟୁଆ, ବିଡିଓ ଆଶିଷ ରଞ୍ଜନ ସାହୁ, ଜିଲା ପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ସରୋଜ ଦତ୍ତ, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସ୍ନିଗ୍ଧାରାଣୀ ଧଳ, ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ ତ୍ରିପାଠୀ, ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ, ଯନ୍ତ୍ରୀ ସୁରେନ୍ଦ୍ର ବେହେରା, ମନୋରଞ୍ଜନ ବିଶ୍ୱାଳ, ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଗୋଇନ୍ଦା ଡିଏସ୍‌ପି ଅରୁଣ କୁମାର ସାହୁ, ଗଁଦିଆ ଥାନା ଅଧିକାରୀ ସତ୍ୟବ୍ରତ ଭୂତିଆ, ବରିଷ୍ଠ ସେବାୟତ ନିରଞ୍ଜନ ମହାପାତ୍ର, ସେବାୟତ ସଂଘ ସଭାପତି ନିରଞ୍ଜନ ପତି, ଦେଓଗାଁ ସରପଞ୍ଚ ବିଜୟ ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri