Posted inଜାତୀୟ

ଟିଏମ୍‌ସି ଅଭିଯୋଗରେ ସତ୍ୟତା ନାହିଁ : ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୨।୩ : ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ଲାଗି ନନ୍ଦିଗ୍ରାମରୁ ନାମାଙ୍କନ ଦାଖଲ କରିବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାର ୨୪ ଘଣ୍ଟା ପୂର୍ବରୁ ପୋଲିସ କମିଶନରଙ୍କୁ ହଟାଇ ଦିଆଯାଇଥିଲା ନିର୍ବାଚନ ଦାୟିତ୍ୱରୁ। ଏହା ଏକ ବଡ଼ ଷଡ଼ଯନ୍ତ୍ର। ଆଉ ନିର୍ବାଚନ ଆୟୋଗ (ଇସି) ସୁରକ୍ଷା ଯେଗାଇବାରେ ବିଫଳ ହୋଇଥିବା ଅଭିଯୋଗ ଆଣିଥିଲା ମମତାଙ୍କ ଦଳ ତୃଣମୂଳକ କଂଗ୍ରେସ (ଟିଏମ୍‌ସି)।

ଏହି ଘଟଣା ଉପରେ ଗୁରୁବାର ପ୍ରତିକ୍ରିୟା ରଖିଛି ନିର୍ବାଚନ ଆୟୋଗ। ଟିଏମ୍‌ସି ପକ୍ଷରୁ କରାଯାଇଥିବା ଅଭିଯୋଗ ନିର୍ବାଚନ ଆୟୋଗଙ୍କ ପ୍ରତିଷ୍ଠା ଓ କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଇଛି। ତେବେ ଏଥିରେ କୌଣସି ସତ୍ୟତା ନାହିଁ। ମମତାଙ୍କ ସହ ଯାହା ଘଟିଛି, ତାହା ଦୁର୍ଭାଗ୍ୟଜନକ। କିନ୍ତୁ ଏହାକୁ ପୋଲିସ ଡିଜିଙ୍କୁ ହଟାଯିବା ସହ ଯୋଡ଼ିବା ଉଚିତ ନୁହେଁ। ଆଚରଣ ବିଧି ଲାଗୁ ବେଳେ କାହାକୁ ଦାୟିତ୍ୱରେ ଦିଆଯିବ ଆଉ କିଏ ହଟିବ, ତାହା ନିର୍ବାଚନ ଆୟୋଗ ଉପରେ ନିର୍ଭର କରେ। ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ସହ ପରାମର୍ଶ କରିବା ଜରୁରୀ ନୁହେଁ। ମୁଖ୍ୟମନ୍ତ୍ରୀଙ୍କ ଜୀବନ ଏବଂ ରାଜ୍ୟର ସୁରକ୍ଷା ଓ ଶୃଙ୍ଖଳା ନିୟନ୍ତ୍ରଣରେ ଅଛି ବୋଲି ନିର୍ବାଚନ ଆୟୋଗ ସ୍ପଷ୍ଟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri