Posted inଜାତୀୟ

କାର୍ଯ୍ୟସ୍ଥଳରେ କରମର୍ଦ୍ଦନ ପାଇଁ ବାଧ୍ୟ କରିବା ଯୌନ ନିର୍ଯାତନା: ହାଇକୋର୍ଟ

ଚେନ୍ନାଇ,୨୫।୧: କାର୍ଯ୍ୟସ୍ଥଳରେ ମହିଳା କର୍ମଚାରୀଙ୍କୁ କରମର୍ଦ୍ଦନ ପାଇଁ ବାଧ୍ୟ କରିବା ଏବଂ ଯେକୌଣସି ଅପ୍ରିୟ ବ୍ୟବହାର ଯୌନ ନିର୍ଯାତନା ବୋଲି ମାଡ୍ରାସ୍‌ ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ ଟିପ୍ପଣୀ ଦେଇଛନ୍ତି। ପୋସ୍‌ ଆଇନ ଅନୁଯାୟୀ, ଉତ୍ପୀଡ଼ନର ଶିକାର ହୋଇଥିବା ମହିଳାଙ୍କ ଅନୁଭୂତିକୁ ପୁରୁଷଙ୍କ ଉଦ୍ଦେଶ୍ୟ ଅପେକ୍ଷା ଅଧିକ ପ୍ରାଧାନ୍ୟ ଦିଆଯାଇଥାଏ ବୋଲି ଜଷ୍ଟିସ୍‌ ଆର୍‌.ଏନ୍‌. ମଞ୍ଜୁଲା କହିଛନ୍ତି। ଉତ୍‌ପୀଡ଼ନକାରୀଙ୍କ ଉଦ୍ଦେଶ୍ୟ ଯାହା
ହୋଇଥାଉ ନା କାହିଁକି କାର୍ଯ୍ୟସ୍ଥଳରେ ଅପ୍ରିୟ ବ୍ୟବହାର ଯୌନ ନିର୍ଯାତନା ବୋଲି ଆମେରିକା କୋର୍ଟର ଏକ ରାୟର ଉଦାହରଣ ଦେଇ ବିଚାରପତି କହିଥିଲେ। ଯଦି ମହିଳା ଜଣକ କୌଣସି ଆଚରଣକୁ ଭଲ ଭାବରେ ଗ୍ରହଣ କରୁନାହାନ୍ତି ବା ଅନୁପଯୁକ୍ତ ଭାବୁଥାନ୍ତି ଏବଂ ଏଭଳି ଅପ୍ରିୟ ବ୍ୟବହାର ଯଦି ତାଙ୍କୁ ପ୍ରଭାବିତ କରୁଥାଏ, ତେବେ ଏହା ଯୌନ ନିର୍ଯାତନାର ସଂଜ୍ଞା ମଧ୍ୟରେ ଯିବା ନିଃସନ୍ଦେହ। ଯୁକ୍ତିଯୁକ୍ତତା ହେଉଛି ଏକ ମାପଦଣ୍ଡ, ଯାହା ମହିଳାମାନେ କିପରି ଅନୁଭବ କରୁଛନ୍ତି, ତାହା ନିରୂପଣ କରିଥାଏ ବୋଲି ବିଚାରପତି କହିଛନ୍ତି। ଶ୍ରମ ଅଦାଲତଙ୍କ ଏକ ରାୟକୁ ଖାରଜ କରିବା ଅବସରରେ ବିଚାରପତି ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। କାର୍ଯ୍ୟସ୍ଥଳରେ ଯୌନ ନିର୍ଯାତନା ରୋକିବା ପାଇଁ ୨୦୧୩ ଡିସେମ୍ବର ୯ରେ ପୋସ୍‌ ଆଇନ କାର୍ଯ୍ୟକାରୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri