ଆଜିଠୁ ଯାଞ୍ଚ କଡାକଡ଼ି

ସୋନପୁର,୫।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟିର ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ସଡକ ଦୁର୍ଘଟଣା ହ୍ରାସ ପାଇଁ ଆଞ୍ଚଳିକ ପରିବହନ ବିଭାଗ ଓ ଜିଲା ପୋଲିସ ନିରନ୍ତର ଉଦ୍ୟମ ଜାରି ରଖିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଅଧିକରୁ ଅଧିକ ବାଇକ୍‌ ଆରୋହୀ କିଭଳି ହେଲମେଟ ପିନ୍ଧିବେ ଓ ଟ୍ରାଫିକ୍‌ ନିୟମ ମାନିବେ ସେ ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା । ତେବେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରା ଯାଉଥିବା ଆର୍‌ଟିଓ ରବିନ ପଟ୍ଟନାୟକ ସୂଚନା ଦେଇଥିଲେ।

ନିୟମ ମାନୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଗତ ଜାନୁୟାରୀ ମାସରେ ମହାନଦୀ ସେତୁ ଉପରେ ଦୁର୍ଘଟଣା ଯୋଗୁ ୫ ଜଣଙ୍କ ମୃତ୍ୟୁ ହୋଇଥିଲା । ପରେ ସହର ଉପକଣ୍ଠ ଝିଙ୍କି ନିକଟରେ ବାଇକ୍‌ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା । ଜିଲାରେ ଜାନୁୟାରୀରେ ୧୪ଟି ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଫେବୃୟାରୀରେ ୧୪ଟି ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ହୋଇଛି । ପଞ୍ଚାୟତ ନିର୍ବାଚନ ସକାଶେ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ମିଳିତ ଭାବେ ଯାଞ୍ଚ କରା ଯାଇପାରି ନାହିଁ। ତେଣୁ ଦୁର୍ଘଟଣା ବୃଦ୍ଧି ପାଇଛି। ୫ ତାରିଖ ଶନିବାରଠାରୁ ଯାଞ୍ଚ କଡାକଡି କରାଯିବ । ଦ୍ରୁତ ଗତିରେ ଡ୍ରାଇଭିଂ, ଚାରି ଚକିଆ ଯାନରେ ସିଟ୍‌ ବେଲ୍ଟ ନ ବାନ୍ଧିବା, ହେଲମେଟ୍‌ ପରିଧାନ ନ କରି ବାଇକ୍‌ ଚଳାଇବା, ବାଇକରେ ତିନି ଜଣ ବସି ଯାତାୟତ କରିବା, ମଦ୍ୟପାନ କରି ଡ୍ରାଇଭିଂ କରିବା, ଜିନିଷ ପରିବହନ ଗାଡିରେ ଲୋକ ବୁହା ହେବା ଓ ଡ୍ରାଇଭିଂ ସମୟରେ ମୋବାଇଲ୍‌ ଫୋନ୍‌ ବ୍ୟବହାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ମାମଲା ରୁଜୁ କରି ଯାନବାହାନ ଜବତ ସହିତ ଆବଶ୍ୟକ ସ୍ଥଳେ ଆଇନ ଉଲ୍ଲଂଘନକାରୀଙ୍କ ଡ୍ରାଇଭିଂ ଲାଇସେନ୍ସ ସସପେଣ୍ଡ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି । ଡିଏସପି କୁମାରୀ ଜିସା, ସୋନପୁର ଏସଡିପିଓ ପୁଷ୍ପାଞ୍ଜଳି ନିଙ୍ଗି, ବୀରମହାରାଜପୁର ଏସଡିପିଓ ଡୋଳାମଣି ଭୋଇ, ଏଆରଟିଓ ଶିବାଶିଷ ସାହୁ, କମିଟି ସଭ୍ୟ ମୃତ୍ୟୁଞ୍ଜୟ ଶତପଥୀ, ଅନଙ୍ଗ ନେଗୀ ଓ ଜୁନିୟର ଏମ୍‌ଭିଆଇ ଲୋକନାଥ ନାୟକ ପ୍ରମୁଖ ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?