ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଦୁଇ ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବା ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ ଭାବେ ପରିଚାଳନା କରିବା ନେଇ ନିର୍ବାଚନ କମିଶନରଙ୍କ ନିୟମ ପ୍ରକାରେ ଜିଲାରେ ପର୍ଯ୍ୟାପ୍ତ ସଂଖ୍ୟକ ଫ୍ଲାଇଂ ସ୍କ୍ବାଡ ଟିମ ଗଠନ କରାଯାଇଛି । ସେହି ଦଳ ଦ୍ବାରା ୨୪ ଘଣ୍ଟା ଚଢାଉ କାର୍ଯ୍ୟ କରାଯାଉଛି । ବିଭିନ୍ନ ଯାନବାହନ ଯାଞ୍ଚ କରାଯାଉଛି । କୌଣସି ଠାରେ ଅପ୍ରିତିକର ପରିସ୍ଥିତି ଯେପରି ଦେଖାଯିବ ନାହିଁ ସେଥି ସକାଶେ ପ୍ରଶାସନ ସଦା ଜାଗ୍ରତ ରହିଛି । ଜିଲାରେ ନିଯୁକ୍ତ ଥିବା ପର୍ଯ୍ୟବେକ୍ଷକଗଣ ସମସ୍ତ ଅଞ୍ଚଳ ଗସ୍ତକରି ନିର୍ବାଚନ କାର୍ଯ୍ୟକଳାପ ଓ ଗତିବିଧି ଉପରେ ଦୃଷ୍ଟି ରଖିଛନ୍ତି । ଜନସାଧାରଣଙ୍କୁ ମଧ୍ୟ ପ୍ରଶାସନ ପକ୍ଷରୁ ନିବେଦନ କରାଯାଉଛି ନିର୍ବାଚନ ସଂକ୍ରାନ୍ତରେ କୌଣସିଠାରେ କେହି ପ୍ରଲୋଭନ ଦେଖାଇ ଭୋଟର ମାନଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଥିବା ନଜର ଆସିଲେ ଇ-ଭିଜିଲ ଆପ ରେ କିମ୍ବା ସଂପୃକ୍ତ ଅଞ୍ଚଳର ନିର୍ବାଚନ ଅଧିକାରୀଙ୍କ ନଜରକୁ ଆଣିବାକୁ କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?