Posted inରାଜ୍ୟ

ରତ୍ନଭଣ୍ଡାର ଭିତରେ ଅଛି କି ସାପ? ଜାଣନ୍ତୁ…

ଭୁବନେଶ୍ୱର,୩।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଯାଞ୍ଚ କାର୍ଯ୍ୟ ଆସନ୍ତା ୮ତାରିଖରୁ ହୋଇପାରେ। ଆସନ୍ତା ୪ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରଜିତ୍‌ ପଶାୟତ ଓ ଗସ୍ତରେ ଆସୁଥିବା ଓ ୫ ତାରିଖରେ ଯାଞ୍ଚ କମିଟି ବୈଠକ ବସିବାର ଥିବାରୁ ଏଭଳି ସମ୍ଭାବନା ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଚଳିତ ମାସ ୮ ତାରିଖଠାରୁ ୨୭ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌ ୨୦ ଦିନ ଧରି ରତ୍ନଭଣ୍ଡାର ଖୋଲାଯାଇ ରତ୍ନ ଅଳଙ୍କାରଗୁଡ଼ିକୁ ଗଣତିମଣତି କରାଯାଇପାରେ।

୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଖୋଲାଯିବ। ପୂର୍ବରୁ ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା। ଏତେ ବର୍ଷ ଧରି ରତ୍ନଭଣ୍ଡାରବନ୍ଦ ରହିଥିବାରୁ ତା’ ଭିତରେ ସାପ ଥିବା ନେଇ ଚର୍ଚ୍ଚା ହୋଉଛି। ତେବେ ଯାଞ୍ଚ ଏହା ପ୍ରକୃତ ସତ୍ୟ ଜଣାପଡିବ।

ସରକାରଙ୍କ ପକ୍ଷରୁ ଅନେକ ସମୟରେ କୁହାଯାଇଛି କି, ଉପଯୁକ୍ତ ସମୟରେ ରତ୍ନଭଣ୍ଡାର ଖୋଲାହେବ। ମାତ୍ର କେଉଁ ସମୟରେ ଖୋଲାହେବ ସେ ନେଇ କୌଣସି ସୂଚନା ପ୍ରଦାନ କରାଯାଉନାହିଁ। ରଥଯାତ୍ରା ପୂର୍ବରୁ ଜଷ୍ଟିସ ପଶାୟତଙ୍କ ପୁରୀ ଗସ୍ତ ଏବଂ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ଅବସ୍ଥାନ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯିବା ଓ ସୁରକ୍ଷା ଯୋଗାଇଦେବା ଆଦି ସୂଚନା ମିଳିବା ପରେ ଆସନ୍ତା ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ ଚର୍ଚ୍ଚା ବଢିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri