‘ଇନ୍‌ସ୍ପାୟାର୍‌.. ଏମ୍‌ପାୱାର’ ଲୋକାର୍ପିତ

ଭୁବନେଶ୍ୱର,୭।୯(ବ୍ୟୁରୋ): ଓଡ଼ିଶାର କେତେଜଣ ଦିବ୍ୟାଙ୍ଗଙ୍କ ଅସାଧାରଣ ସଫଳତାର କାହାଣୀ ସମ୍ବଳିତ ଏକ କଫିଟେବୁଲ ବହି ‘ଇନ୍‌ସ୍ପାୟାର୍‌.. ଏମ୍‌ପାୱାର’ ସୋମବାର ଲୋକାର୍ପିତ ହୋଇଛି। ରାଜ୍ୟ ଭିନ୍ନକ୍ଷମ ଆୟୋଗ ପକ୍ଷରୁ ପ୍ରସ୍ତୁତ ଏହି ବହିକୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ଆୟୋଗ ଅଧ୍ୟକ୍ଷା ସୁଲୋଚନା ଦାସ ଉନ୍ମୋଚନ କରିଛନ୍ତି। ପ୍ରତିକୂଳତା ଓ ପ୍ରତିବନ୍ଧକକୁ ଅତିକ୍ରମ କରି ଇଚ୍ଛାଶକ୍ତି, ଅଭ୍ୟାସ ଓ ଅଧ୍ୟବସାୟ ବଳରେ ଓଡ଼ିଶାର ଅନେକ ଦିବ୍ୟାଙ୍ଗ ଯେଉଁ ସଫଳତା ଅର୍ଜନ କରିଛନ୍ତି ତାହା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ। ଓଡ଼ିଆ କ୍ରୀଡ଼ାବିତ୍‌ ପ୍ରମୋଦ ଭଗତଙ୍କ କୃତିତ୍ୱ ଆଜି ବିଶ୍ୱବିଦିତ ହୋଇଛି ଓ ଦିବ୍ୟାଙ୍ଗଙ୍କ ସଫଳତାକୁ ଶୀର୍ଷରେ ପହଞ୍ଚାଇଛି ବୋଲି ମନ୍ତ୍ରୀ ପଣ୍ଡା ପ୍ରକାଶ କରିଛନ୍ତି। ରାଜ୍ୟର ପ୍ରତିଭାବାନ୍‌ ତଥା ସଫଳ ଦିବ୍ୟାଙ୍ଗ ବ୍ୟକ୍ତିତ୍ୱମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି କଫିଟେବୁଲ ବହି ଏକ ପ୍ରୟାସ। ଆୟୋଗ ପକ୍ଷରୁ ଦିବ୍ୟାଙ୍ଗ ବ୍ୟକ୍ତିତ୍ୱଙ୍କ ଦକ୍ଷତା, ସାମର୍ଥ୍ୟ ଓ ସଫଳତାକୁ ଆଧାର କରି ଏହା ପ୍ରସ୍ତୁତ କରାଯାଇଛି ବୋଲି ବୋଲି ସୁଲୋଚନା ଦାସ କହିଛନ୍ତି।
ଏହି ବହିରେ ଟୋକିଓ-୨୦୨୦ ପାରାଲିମ୍ପିକ୍ସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଥିବା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଅର୍ଜୁନ ପୁରସ୍କାର ବିଜେତା ପ୍ରମୋଦ ଭଗତ, ଚିତ୍ରଶିଳ୍ପୀ ଶ୍ରୀହର୍ଷ ଓ ସୁଦ୍ଧାର୍ଥ ଶୁକ୍ଳା, ଆନ୍ତର୍ଜାତିକ ଚେସ୍‌ ଖେଳାଳି ପ୍ରାଚୁର୍ଯ୍ୟ କୁମାର ଓ ସୌନ୍ଦର୍ଯ୍ୟ କୁମାର ପ୍ରଧାନ, ଅସୀଚାଳକ(wheelchair encers) ଭି. ରମେଶ ରାଓ ଏବଂ ରାଖାଲ କୁମାର ସେଠୀ, ଓଡ଼ିଶୀ ନୃତ୍ୟଶିଳ୍ପୀ ରଶ୍ମିରେଖା ସାହୁ, ଓଡ଼ିଶା ବନସେବା ଅଧିକାରୀ ତପସ୍ବିନୀ ଦାସ, ମେଧାବୀ ଛାତ୍ର ବରଜ ଦାସ, ନିଷ୍ଠାପର ଆଶାକର୍ମୀ ସବିତା ରଣା, ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ବିଜୟିନୀ ଧାବିକା ଜୟନ୍ତୀ ବେହେରା, କ୍ରିକେଟ୍‌ ଖେଳାଳି ପଙ୍କଜ ଭୁଏ ଏବଂ ସୁଖରାମ ମାଝୀ, ସୁଗାୟକ ଶ୍ରୀନିବାସ ରାଓ ଏବଂ ଦିଲୀପ ସାହୁ, ଉଦ୍ୟୋଗ ଅଧିକାରୀ ଅଭିଜିତ କୁଣ୍ଡୁ, ଭିନ୍ନକ୍ଷମ ଅଧିକାର ପ୍ରବକ୍ତା ନିରଞ୍ଜନ ବେହେରାଙ୍କ ସଫଳ କାହାଣୀ ସନ୍ନିବିଷ୍ଟ ହୋଇଛି। ଏହାସହିତ ଓଡ଼ିଶାର ଦୃଷ୍ଟିବାଧିତ ମହିଳା କ୍ରିକ୍ରେଟ ଦଳଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri