Posted inଜାତୀୟ

ଟେଲିଭିଜନ ସିରିଜ୍ ଦେଖି ଗୁଜରାଟରେ ଗଢି ଉଠିଲା ବାଳିକା ପଞ୍ଚାୟତ

ଭୁଜ,୧୮ ।୭: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘ବାଳିକା ବଧୂ’ରୁ ପ୍ରେରଣା ପାଇ ଗୁଜରାଟ କଚ୍ଛର ଏକ ପ୍ରଗତିଶୀଳ ଗାଁ ବାଳିକା ପଞ୍ଚାୟତ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରିବାକୁ ପ୍ରୟାସ କରିଛି । ଏହାର ଉଦ୍ଦେଶ୍ୟ ରହିଛି ମହିଳାଙ୍କ ସମସ୍ୟାକୁ ଆଡ୍ରେସ କରିବା ଓ ମହିଳାଙ୍କ, ମହିଳାଙ୍କ ଦ୍ୱାରା ମହିଳାଙ୍କ ସମସ୍ୟାର ସମାଧାନ କରିବା । ଭୁଜ ଜିଲା ମୁଖ୍ୟାଳୟଠାରୁ ପାଖାପାଖି ୧୮ କିଲୋମିଟର ଦୂର କୁନରିୟା ଗାଁର ଜନସଂଖ୍ୟା ପ୍ରାୟ ୪,୦୦୦ । ଗାଁରେ ୧୦-୨୧ ବର୍ଷର ଯୁବା ମହିଳା ନିର୍ବାଚନ ଲଢିବେ । ସୋମବାର ଏଠାରେ ନିର୍ବାଚନ ହେବାକୁ ଥିବା ବେଳେ ୮ ଜଣ ପ୍ରତିଦ୍ୱନ୍ଦି ମଇଦାନକୁ ଓହ୍ଲାଇଥିଲେ । ଯେଉଁମାନଙ୍କ ମଧ୍ୟରୁ ୪ ଜଣ ସେମାନଙ୍କ ପ୍ରାର୍ଥିପତ୍ର ଫେରାଇ ନେଇଛନ୍ତି । ଏବେ ବାକିଥିବା ୪ଜଣ ପ୍ରାର୍ଥୀ ଘର ଘର ବୁଲି ବୁଝାଇବେ ଯେ ତାଙ୍କୁ କାହିଁକି ମହିଳାମାନେ ସରପଞ୍ଚ ଭାବେ ଭୋଟ ଦେବେ । ତେବେ ବାଳିକା ପଞ୍ଚାତର ମୂଳ ଉଦ୍ଦେଶ୍ୟ ହେଉଛି ଗାଁରୁ ମହିଳା ନେତା ସୃଷ୍ଟି କରିବା ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri