ତୁର୍କୀରେ ଇନଷ୍ଟାଗ୍ରାମରେ ଲାଗିଲା ପ୍ରତିବନ୍ଧକ, ହାନିୟେଙ୍କ ହତ୍ୟା ବାର୍ତ୍ତାକୁ ମେଟା କରିଥିଲା ବ୍ଲକ

ଅଙ୍କାରା,୨।୮: ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଇନଷ୍ଟାଗ୍ରାମ’କୁ ତୁର୍କୀ ନିଷେଧ କରିଛି। ଇନଷ୍ଟାଗ୍ରାମ ଉପରେ ପ୍ରତିବନ୍ଧକ ଲଗାଇବାର ନିଷ୍ପତ୍ତି ସମ୍ପର୍କରେ ତୁର୍କୀ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଆହୁରି ମଧ୍ୟ, ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ଏହି ପ୍ରତିବନ୍ଧକ କେତେ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ ତାହା କୁହାଯାଇ ନାହିଁ।

ଅଲ ଜଜିରାର ଏକ ରିପୋର୍ଟ ଅନୁଯାୟୀ, ତୁର୍କୀ ଏହି ନିଷେଧାଦେଶର କାରଣ ସମ୍ପର୍କରେ ଆନୁଷ୍ଠାନିକ ଭାବେ ସୂଚନା ଦେଇନାହିଁ, କିନ୍ତୁ ଅନେକ ରିପୋର୍ଟରେ କୁହାଯାଇଛି ଯେ ତୁର୍କୀ ଇନଷ୍ଟାଗ୍ରାମରେ ହମାସ ନେତା ଇସମାଇଲ ହାନିୟେଙ୍କ ହତ୍ୟା ପରେ ସମ୍ପୃକ୍ତ କଣ୍ଟେଣ୍ଟକୁ ହଟାଇବା ପାଇଁ ଇନଷ୍ଟାଗ୍ରାମକୁ ବ୍ଲକ କରିଛନ୍ତି।

ରିପୋର୍ଟ ଅନୁଯାୟୀ, ୨.୮.୨୪ ତାରିଖର ନିଷ୍ପତ୍ତି ଅନୁଯାୟୀ ବିନା କାରଣରେ ଇନଷ୍ଟାଗ୍ରାମ ଡଟ କମ ଉପରେ ପ୍ରତିବନ୍ଧକ ଲଗାଯାଇଛି ବୋଲି କୁହାଯାଇଛି। ଏହାପୂର୍ବରୁ ବୁଧବାର ତୁର୍କୀର ଯୋଗାଯୋଗ ନିର୍ଦ୍ଦେଶକ ଫାରେଟିନ ଅଲ୍ଟୁନ ଇନଷ୍ଟାଗ୍ରାମରେ ହମାସ ମୁଖ୍ୟ ଇସମାଇଲ ହାନିୟେଙ୍କ ମୃତ୍ୟୁକୁ ନେଇ ସମବେଦନା ପୋଷ୍ଟ ଅବରୋଧ କରିଥିବା ଅଭିଯୋଗ କରିଛନ୍ତି।

ଅଲତୁନ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି କହିଛନ୍ତି, ମୁଁ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମର କଡା ନିନ୍ଦା କରୁଛି। ବିନା କୌଣସି କାରଣ ନ ଦର୍ଶାଇ ହାନିୟେଙ୍କ ମୃତ୍ୟୁକୁ ନେଇ ଲୋକଙ୍କ ଶୋକ ବାର୍ତ୍ତା ପୋଷ୍ଟ କରିବାକୁ ପ୍ରତିବନ୍ଧକ ଲଗାଇଛି। ଏହା ସେନସରଶିପର ଏକ ବଡ ସ୍ପଷ୍ଟ ପ୍ରାୟାସ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri