ମହିଳା ଡାକ୍ତରଙ୍କ ବେଡ୍‌ରୁମ୍‌ଠାରୁ ଆରମ୍ଭ କରି ବାଥ୍‌ରୁମ ଯାଏ ଅଜାଣତରେ ଲାଗିଥିଲା ସିସି କ୍ୟାମେରା, ଜଣାପଡ଼ିବା ପରେ…

ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ପୁଣେରେ ଜଣେ ମହିଳା ଡାକ୍ତରଙ୍କ ବାଥ୍‌ରୁମ ଠାରୁ ଆରମ୍ଭ କରି ବେଡ୍‌ରୁମ୍‌ ପର୍ଯ୍ୟନ୍ତ ସବୁଠି ଚୋରା କ୍ୟାମେରା ଲାଗିଥିଲା। ଯାହା ଜାଣି ନ ଥିଲେ ମହିଳା ଡାକ୍ତର। ତାଙ୍କ ଘରର ଲାଇଟ୍‌ ଖରାପ ହୋଇଯିବାରୁ ସେ ଇଲେକ୍ଟ୍ରିସିଆନଙ୍କୁ ସଜାଡ଼ିବା ପାଇଁ ଡାକିଥିଲେ। ସେତେବେଳେ ଘଟଣାର ସତ୍ୟତା ଉନ୍ମୋଚନ ହୋଇଥିଲା। ପୋଲିସ ଯାଞ୍ଚ କରି ଜଣେ ପୁରୁଷ ଡାକ୍ତରଙ୍କୁ ଗିରଫ କରିଛି।

ଭାରତୀୟ ବିଦ୍ୟାପୀଠ ହସ୍ପିଟାଲରେ କାର୍ଯ୍ୟରତ ମହିଳା ଡାକ୍ତରଙ୍କୁ ପୁଣେର ଏକ ହସ୍ପିଟାଲ ପରିସରରେ କ୍ୱାର୍ଟର ଆଲର୍ଟ କରାଯାଇଥିଲା। ଗତ ୬ ତାରିଖରେ ମହିଳା ଡାକ୍ତରଙ୍କ ଘରକୁ କେହି ଅଜଣା ବ୍ୟକ୍ତି ନକଲି ଚାବିରେ ତାଲା ଖୋଲି ଘର ଭିତରେ ପଶି ବାଥ୍‌ରୁମ ଏବଂ ବେଡ୍‌ରୁମରେ କ୍ୟାମେରା ଲଗାଇ ଦେଇଥିଲେ। ମହିଳା ଡାକ୍ତର ଜଣକ ଯେତେବେଳେ ଡ୍ୟୁଟିରୁ ଘରକୁ ଫେରିଲେ ସେତେବେଳେ ଲାଇଟ୍‌ ସୁଇଚ୍‌ ମାରିବାରୁ ତାହା ଜଳି ନ ଥିଲା। ଏହା ପରେ ସେ ଇଲେକ୍ଟ୍ରିସିଆନଙ୍କୁ ଡାକିଥିଲେ। ମରାମତି କରିବା ସମୟରେ ଘରେ ଲୁଚାରେ କ୍ୟାମେରା ଲାଗିଥିବା ଜଣାପଡ଼ିଥିଲା। ଯାହାକି ମହିଳା ଡାକ୍ତରଙ୍କ ଅଜାଣତରେ ହୋଇଥିଲା। ଏ ସମ୍ପର୍କରେ ମହିଳା ଡାକ୍ତର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବାରୁ ଏଥିରେ ଡାକ୍ତର ସୁଜିତ୍‌ ଜଗତାପଙ୍କ ସଂପୃକ୍ତି ଥିବା ଜଣାପଡ଼ିଥିଲା। ପୋଲିସ ତାଙ୍କୁ ପଚରାଉଚରା କରିବାରୁ ପ୍ରଥମେ ସୁଜିତ୍‌ ମନା କରୁଥିଲେ। ପରେ ସେ ସ୍ବୀକାର କରିଛନ୍ତି। ତେବେ ପ୍ରଶ୍ନ ଉଠୁଛି ଏହି ଡାକ୍ତରଙ୍କର ମହିଳା ଡାକ୍ତରଙ୍କ ସମ୍ପର୍କ କ’ଣ? ପୋଲିସ ଏନେଇ ଅଧିକ ତଦନ୍ତ ଜାରି ରଖିଛି। ପରେ ଘଟଣାର ସତ୍ୟତା ଲୋକଲୋଚନକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri