୧୯ ବଦଳରେ ଅଛନ୍ତି ୩ ଡାକ୍ତର

ଗୁଣପୁର,୧୩ା୩(ଡି.ଏନ.ଏ):ରାୟଗଡା ଜିଲା ଗୁଣପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ସମସ୍ୟା ଦେଖାଦେଇଛି। ଏଠାରେ ୧୯ ଜଣ ଡାକ୍ତର ରହିବା ବଦଳରେ ଅଛନ୍ତି ମାତ୍ର ୩ ଜଣ। ଡେପୁଟେଶନରେ ଆସିଥିବା ୩ ଜଣଙ୍କୁ ମିଶାଇ ସମୁଦାୟ ୬ ଜଣ ଡାକ୍ତର ରୋଗୀ ସେବା ସମ୍ଭାଳୁଛନ୍ତି। ଡାକ୍ତର ନ ଥିବାରୁ ବିଭିନ୍ନ ସମୟରେ ସେବା ବ୍ୟାହତ ହେଉଛି। ରୋଗୀଙ୍କ ସହ ସଂପର୍କିୟମାନେ ନାହି ନ ଥିବା ସମସ୍ୟାର ସମ୍ମୁଖିନ ହେଉଛନ୍ତି। ଏହାକୁ ନେଇ ରବିବାର ସନ୍ଧ୍ୟାରେ ସ୍ଥାନୀୟ କନ୍ୟକା ପରମେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଏକ ବୈଠକ ହୋଇଥିଲା। ବୈଠକରେ ସହରର ବହୁ ମାନ୍ୟଗନ୍ୟ ବ୍ୟକ୍ତିଙ୍କ ସମେତ ବିଭିନ୍ନ ଦଳର ରାଜନୈତିକ ନେତା ମାନେ ଉପସ୍ଥିତ ରହିଥିଲେ। ଡାକ୍ତର ସମସ୍ୟା ନେଇ ଆଗାମି ଦିନରେ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଥିଲୋ ୫ଟି ସଚିବ,ସ୍ବାସ୍ଥ୍ୟ ସଚିବ,ଏମପି, ବିଧାୟକ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ରାଜ୍ୟ ଉପଦେଷ୍ଟା ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟର ଦାବପତ୍ର ପ୍ରଦାନ କରିବାକୁ ସ୍ଥିର ହୋଇଛି। ଆନ୍ଦୋଳନକୁ ପରିଚାଳନା କରିବା ପାଇଁ ୧୭ ଜଣିଆ ପ୍ରତିନିଧି ମଣ୍ଡଳି ମଧ୍ୟ ଗଠନ କରାଯାଇଥିଲା। ଗୁଣପୁର ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ଗୁଣପୁର,ପଦ୍ମପୁର,ରାମନାଗୁଡା, ଗୁଡାରୀ ସହ ସୀମାବର୍ତ୍ତି ଗଜପତି ଜିଲାର ଲୋକେ ମଧ୍ୟ ନିର୍ଭର କରିଥାନ୍ତି। ହେଲେ ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସମସ୍ୟା ପାଇଁ ସେବା ଠପ ହୋଇପଡିଛି। ବର୍ତ୍ତମାନ ଏହି ସ୍ବାସ୍ଥ୍ୟ କେନ୍ଦ୍ର ୫-ଟି ଅଧିନକୁ ଯାଇଥିବାବେଳେ ଭିତ୍ତିଭୂମିର ବିକାଶ ପାଇଁ ୧୯ କୋଟିରୁ ଉଦ୍ଦର୍‌ବ ଟଙ୍କା ମଞ୍ଜୁର ହୋଇଛି ା ଯାହାକୁ ସାଧାରଣରେ ସ୍ବାଗତ କରାଯାଇଛି । ହେଲେ ଏହା ଦ୍ବାରା ଡାକ୍ତର ସମସ୍ୟା ସମାଧାନ ହୋଇପାରିବ କି ବୋଲି ପ୍ରଶ୍ନ ଉଠଛି। ସରକାର ତୁରନ୍ତ ଦୃଷ୍ଟି ଦେବା ସହ ଡାକ୍ତର ନିଯୁକ୍ତି ଦେବା ପାଇଁ ବୈଠକରେ ମତ ପ୍ରକାଶ ପାଇଥିଲାା ଯୁବ ସଂଗଠକ ସତ୍ୟ ସୁନ୍ଦର କରଙ୍କ ଆବାହକତ୍ବରେ ହୋଇଥିବା ବୈଠକରେ ଉମା ଚରଣ ପଟ୍ଟନାୟକ, ବ୍ରହ୍ମାନନ୍ଦ ପଟ୍ଟନାୟକ,ୱାଇ.ଗଣପତି,ପୌର ପରିଷଦର ଉପାଧ୍ୟକ୍ଷ ଶିବ ପ୍ରସାଦ ଗୌଡ,ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ବିଜୟ ଗମାଙ୍ଗ,ରାଜେନ୍ଦ୍ର ପ୍ରସାଦ ସାହୁ,ରାମ ପଣ୍ଡା,ଏସ.ବାବା ପ୍ରସାଦ,ପ୍ରୋମଦ ସାହୁ,ରମେଶ ଲିମା, ଗଜେନ୍ଦ୍ର ପାଳ, ବାସା ଶତପଥିଙ୍କ ସମେତ ସହରର ବହୁ ବ୍ୟକ୍ତି ଉପସ୍ଥିତ ରହିଥିଲେ। ଇନ୍ଦ୍ରାକ୍ଷୀ ପ୍ରସାଦ ଦାସ ପ୍ରାରମ୍ଭିକ ସୂଚନା ଦେଇଥିଲୋ


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?