ଯନ୍ତ୍ରୀ ରହୁନାହାନ୍ତି, ପିଅନ ଶୁଣୁଛନ୍ତି ଲୋକଙ୍କ ଅଭିଯୋଗ

ଭବାନୀପାଟଣା,୯।୧୧(ଉତ୍ତମ କୁମାର ଦାଶ): ଜନକେନ୍ଦ୍ରିକ ଶାସନ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ୫-ଟି ଅନ୍ତର୍ଗତ ମୋ ସରକାର ଭଳି ଏକ ଅଭିନବ ଓ ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିରେ ସରକାରୀ କାର୍ଯ୍ୟାଳୟକୁ ବିଭିନ୍ନ ସେବା ପାଇଁ ଆସୁଥିବା ଜନସାଧାରଣଙ୍କୁ ମିଳୁଥିବା ସେବା ଆଚରଣ ଓ ପ୍ରତ୍ୟକ୍ଷ ମତାମତ ସଂଗ୍ରହ କରାଯାଇ ଅଧିକାରୀଙ୍କ ଆଚରଣ ସହ ବୃତ୍ତିଗତ ଦକ୍ଷତାରେ ପରିବର୍ତ୍ତନ ଆଣିବା ମୋ ସରକାରର ଲକ୍ଷ୍ୟ ରହିଛି। ହେଲେ ଏବେ ବି କିଛି ଅଧିକାରୀ, ଯନ୍ତ୍ରୀ କର୍ମଚାରୀ ଏହାକୁ ଭ୍ରୂପେକ୍ଷ ନ କରି ବେଫିକର ହୋଇ ନିଜ ଅନ୍ଦାଜରେ କାର୍ଯ୍ୟ କରୁଛନ୍ତି। ନା ସେମାନେ ଅଫିସକୁ ଆସୁଛନ୍ତି ନା ସେମାନେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ଫଳରେ ସରକାରଙ୍କ ଏହି ଅଭିନବ ପ୍ରୟାସ ଏବେ ବାଟବଣା ହେବାରେ ଲାଗିଛି। ଏମିତି ଏକ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଜୁନାଗଡ ସହର ନିକଟରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ(ଆରଡି) ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ। ଏଠାରେ ଜଣେ ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ୨ଜଣ କନିଷ୍ଠ ଯନ୍ତ୍ରୀ ନିଯୁକ୍ତ ହୋଇଛନ୍ତି। ହେଲେ ସେମାନେ କାର୍ଯ୍ୟାଳୟକୁ ପ୍ରାୟ ସମୟରେ ଆସୁନାହାନ୍ତି। ଫଳରେ ପିଅନମାନେ ହିଁ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ଯନ୍ତ୍ରୀଙ୍କ ପାଇଁ ଆବାସିକ ବାସ ଭବନ (ରେସିଡେଣ୍ଟାଲ ହାଉସ) ନିର୍ମାଣ କରାଯାଇଥିଲେ ମଧ୍ୟ ସେମାନେ ଏଠାରେ ନ ରହି ଭବାନୀପାଟଣାରେ ରହୁଥିବା ଜଣାପଡିଛି। ଗତ କିଛି ଦିନ ତଳେ ଏଭଳି ଅନିୟମିତାକୁ ନେଇ ପୂର୍ବତନ ଜିଲା ଯୁବ କଂଗ୍ରେସ ସଭାପତି ସାଉଲ ମଙ୍ଗରାଜ ଧର୍ମଗଡ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ କରିଥିଲେ। ଏହାପରେ ଉପଜିଲାପାଳ ଆରଡି ଅଫିସରେ କାର୍ଯ୍ୟରତ ଯନ୍ତ୍ରୀମାନେ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପରେ ଆମରଣ ଅନଶନ ହଟିଥିଲା। ହେଲେ ଏହାପରେ ମଧ୍ୟ ବିଭାଗୀୟ ଅଧିକାରୀ ଭ୍ରୂୃପେକ୍ଷ ନ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ଅନ୍ୟପଟେ ଜିଲାରେ ଗ୍ରାମ୍ୟ ଉନ୍ନୟନ ବିଭାଗରେ ୪ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀ (ଏଇଇ) ରହିବା ବଦଳରେ ଏବେ ମାତ୍ର ଜଣେ ଅଛନ୍ତି। ସେହିପରି କନିଷ୍ଠ ଯନ୍ତ୍ରୀ ୮ବଦଳରେ ୬ଜଣ ରହିଛନ୍ତି। ଯେଉଁଥିପାଇଁ କାର୍ଯ୍ୟ ପରିଚାଳନାରେ ଅସୁବିଧା ହେଉଛି ବୋଲି ଭବାନୀପାଟଣାସ୍ଥିତ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ୱଜିତ ରାୟଗୁରୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?