ଭାଜପା ଉତ୍ସବ ପାଳନ ନ କରି ସେହି ଅର୍ଥରେ ଆମ୍ବୁଲାନ୍ସ କିଣୁ: ବିଜେଡି

ଭୁବନେଶ୍ୱର,୬ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ସ୍ବାସ୍ଥ୍ୟସେବା ଉଦ୍‌ବେଗଜନକ ସ୍ଥିତିରେ ଥିବାବେଳେ ଆମ୍ବୁଲାନ୍ସ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ବିଜେଡି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଶଙ୍ଖ ଭବନଠାରେ ଗୁରୁବାର ଖବରଦାତା ସମ୍ମିଳନୀ କରି ଦଳୀୟ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ପରିତାପର ବିଷୟ, ଆମ୍ବୁଲାନ୍ସ ଭଳି ଜରୁରିକାଳୀନ ସେବା ଏକ ପ୍ରକାର ଠପ୍‌ ହୋଇଯାଇଥିବା ବେଳେ ସରକାର ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଛନ୍ତି। ରାଜ୍ୟବାସୀଙ୍କ କଷ୍ଟୋପାର୍ଜିତ ଧନରୁ ଟିକସ ମାଧ୍ୟମରେ ରାଜକୋଷକୁ ଆସିଥିବା ଅର୍ଥକୁ ଭାଜପା ଉତ୍ସବ ପାଳନରେ ଖର୍ଚ୍ଚ ନ କରି ସେହି ଅର୍ଥରେ ଆମ୍ବୁଲାନ୍ସ କିଣନ୍ତୁ। ଗତ ବୁଧବାର କୋରାପୁଟର ଶହୀଦ ଲକ୍ଷଣ ନାୟକ ମେଡିକାଲ କଲେଜରେ ଭୁଲ୍‌ ଇଞ୍ଜେକସନ୍‌ ଦିଆଯିବା ଦ୍ୱାରା ୬ ଜଣଙ୍କ ମୃତ୍ୟୁ ହୋଇଥିବା ଭଳି ଦୁଃଖଦ ଖବର ସାମ୍ନାକୁ ଆସିଥିଲା। ବର୍ତ୍ତମାନ ରାଜ୍ୟରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବାର କରୁଣ ଚିତ୍ର ସାମ୍ନାକୁ ଆସିଛି। ଜଗତ୍‌ସିଂହପୁର ଜିଲାରେ ଏକ ୧୦୮ ଆମ୍ବୁଲାନ୍ସରେ ରୋଗୀ ଓ ତାଙ୍କ ପରିବାର ସଦସ୍ୟଙ୍କ ସହ ହସ୍ପିଟାଲକୁ ଆସୁଥିବା ବେଳେ ରାସ୍ତାରେ ଆମ୍ବୁଲାନ୍ସର ଟାୟାର ପଙ୍କ୍‌ଚର ହୋଇଯାଇଥିଲା। ଆମ୍ବୁଲାନ୍ସରେ ମୁମୂର୍ଷୁ ଅବସ୍ଥାରେ ଥିବା ରୋଗୀଙ୍କ ଅବସ୍ଥା ଆହୁରି ଖରାପ ହୋଇଥିଲା। ଡବଲ ଇଞ୍ଜିନ ଡବଲ ବିକାଶ ନାରା ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାରଙ୍କ ଇଞ୍ଜିନ ଅଚଳ ହୋଇପଡ଼ିଛି ବୋଲି ଲେଖାଶ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri