ଅଭିଯୋଗ ଶୁଣିବା ବଦଳରେ ରାଗିଲେ ବିଡିଓ

ନୂଆଗାଁ,୧୯।୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବିଡିଓଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଚାଲିଥିବା ଅନିୟମିତତା ବାବଦରେ ଜଣାଇବାକୁ ମଙ୍ଗଳବାର ଲୋକମାନେ ଯାଇଥିଲେ । ହେଲେ ବିଡିଓ ଜନସାଧାରଣଙ୍କ ଅଭିଯୋଗ ଶୁଣିବା ବଦଳରେ ରାଗି ଯାଇଥିଲେ । ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି  ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି ।

ସୂଚନା ଅନୁଯାୟୀ, ନୂଆଗାଁ ବ୍ଲକ ଚାହାଳୀ, ଦୁର୍ଦ୍ଦୁରା ଓ ଢେଙ୍କେଣା ପଞ୍ଚାୟତର ବହୁ ମହିଳା,ପୁରୁଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ କରିବାକୁ ନୂଆଗାଁ ବିଡିଓଙ୍କ ପ୍ରକୋଷ୍ଠକୁ ଯାଇଥିଲେ। ତାଲିକାରେ ନାଁ ରହିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ କେମିତି ତାଲିକାରୁ ନାଁ କଟି ଯାଉଛି, ବର୍ଷ ବର୍ଷ ଧରି ଅପେକ୍ଷା କଲେ ମଧ୍ୟ ଆବାସ ଯୋଜନାରେ ଗୃହ ମିଳୁନାହିଁ। କିଭଳି ତାଲିକାରୁ ଆମର ନାଁ କଟୁଛି ଓ ଅଯୋଗ୍ୟ ହିତାଧିକାରୀ କେମିତି ଘର ପାଉଛନ୍ତି ବୋଲି ବିଡିଓଙ୍କୁ ଲୋକମାନେ ପ୍ରଶ୍ନ କରିଥିଲେ । ଆମ କଥା ନ ବୁଝିଲେ ଆମେ ରାସ୍ତାରେ ବସିବୁ ବୋଲି ଅଭିଯୋଗକାରୀମାନେ କହିଥିଲେ। ଏତିକି କଥାରେ ବିଡିଓ ରାଗି ଯାଇ ଯାଅ ରାସ୍ତାରେ ବସ ବୋଲି କହିଥିଲେ। ବ୍ଲକର କେତେଜଣ କର୍ମଚାରୀ , ୩ ସରପଞ୍ଚଙ୍କ ଉପସ୍ଥିତିରେ ଅଭିଯୋଗକାରୀ ଓ ବିଡିଓଙ୍କ ମଧ୍ୟରେ କଥା କଟାକଟି ପରେ ବିଡିଓ ଉତ୍ତ୍ୟକ୍ତ ହୋଇ ଅଭିଯୋଗକାରୀଙ୍କ ଉପରକୁ ଝାମ୍ପି ପଡିଥିଲେ । ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି । ତେବେ ଏ ବାବଦରେ ନୂଆଗାଁ ବିଡିଓ ପ୍ରମୋଦ କୁମାର ନାୟକଙ୍କୁ ପଚାରିବାରେ ମୋ ପ୍ରକୋଷ୍ଠରେ ଗହଳି କରିବା ସହ ମୋ କଥାକୁ ନ ଶୁଣି ଅଭିଯୋଗକାରୀମାନେ ଅଯଥା ଯୁକ୍ତି କରିଥିଲେ । ସେହି ସମୟରେ ଜଣେ ଯୁବକ ମୋବାଇଲରେ ସୁଟିଂ କରୁଥିଲେ । ତାକୁ ବାରଣ କରିବା ପାଇଁ ମୁଁ ଚେୟାରରୁ ଉଠି ମୋବାଇଲକୁ ହାତ ବଢାଇଥିଲି । ସେହି ଦୃଶ୍ୟକୁ ମୋବାଇଲରେ ରେକଡିଂ କରି ଭାଇରାଲ କରାଯାଇଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri