ବାଲି ବଦଳରେ ପାହାଡ଼ ମାଟିରେ ଚାଲିଛି କାମ

ଖଇରା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ତାଳମହୁରୀଠାରେ ନିର୍ମାଣାଧୀନ ଆଦର୍ଶ ବିଦ୍ୟାଳୟ ଛାତ୍ରୀନିବାସକୁ ନେଇ ସାଧାରଣରେ ଅସନ୍ତୋଷ ବଢିବାରେ ଲାଗିଛି ା ବୋରିଂ କାର୍ଯ୍ୟ ସରିବା ପରେ ଏବେ ଗାତ ଫିଲିଂ ପାଇଁ ବାଲି ବଦଳରେ ପାହାଡ ମାଟି ଫିଲିଂ କରାଯିବାରେ ଘରର ସ୍ଥାୟିତ୍ୱକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତୁରନ୍ତ ଉକ୍ତ ଅନିୟମିତତାର ଭିଜିଲାନ୍ସ ତଦନ୍ତ ଦାବି କରାଯାଇଛି ା
ଛାତ୍ରୀନିବାସ ଗୃହ ପାଇଁ ପୂର୍ତ୍ତ ବିଭାଗ ତରଫରୁ ପାଖାପାଖି ୩ କୋଟି ୩୪ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ମେ’ ୩ ତାରିଖରେ ଏହାର ଶିଳାନ୍ୟାସ କରାଯାଇଥିଲା। ଏବେ ଫାଉଣ୍ଡେଶନ କାମ ଶେଷ ହୋଇଥିବା ବେଳେ ଖୋଳାଯାଇଥିବା ପାଖାପାଖି ୭ଫୁଟର ଗାତ ଭର୍ତ୍ତି ପାଇଁ ଠିକାଦାର ପାହାଡ ମାଟି ବ୍ୟବହାର କରୁଛନ୍ତି ା ଫଳରେ ଅଳ୍ପ ଦିନ ମଧ୍ୟରେ ଘର ତଳି ଫାଟିବାର ଆଶଙ୍କା ଦେଖାଦେଇଛି ା ଏଷ୍ଟିମେଟରେ ଗାତଗୁଡିକ ବାଲି ଫିଲିଂ କରିବାର ନିୟମ ଥିବା ବେଳେ କାହା ନିର୍ଦ୍ଦେଶରେ ଏଭଳି ବେପରୁଆ କାର୍ଯ୍ୟ କରାଯାଉଛି ତାହା ସାଧାରଣ ଲୋକଙ୍କୁ ବିସ୍ମିତ କରିଛି ା ସେହିଭଳି ୯ମାସ ମଧ୍ୟରେ କାମ ସାରିବାର ନିୟମ ଥିବା ବେଳେ ୪ ମାସ ଅତିକ୍ରମ କରିଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ୨୫ପ୍ରତିଶତ କାମ ସରିନାହିଁ ା ଏଣୁ ନିର୍ଦ୍ଧାରିତ ସମୟରେ କାମ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଏ ସମ୍ପର୍କରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଜ୍ୟୋତି ପ୍ରକାଶ ପଣ୍ଡାଙ୍କୁ ଯୋଗାଯୋଗ କରିବାରେ ଏଷ୍ଟିମେଟରେ ମାତ୍ର ୨ ଫୁଟ ବାଲି ଫିଲିଂ ଥିବାରୁ ପାହାଡ ମାଟି ବ୍ୟବହାର କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri