ବାଲି ବଦଳରେ ପାହାଡ଼ ମାଟିରେ ଚାଲିଛି କାମ

ଖଇରା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ତାଳମହୁରୀଠାରେ ନିର୍ମାଣାଧୀନ ଆଦର୍ଶ ବିଦ୍ୟାଳୟ ଛାତ୍ରୀନିବାସକୁ ନେଇ ସାଧାରଣରେ ଅସନ୍ତୋଷ ବଢିବାରେ ଲାଗିଛି ା ବୋରିଂ କାର୍ଯ୍ୟ ସରିବା ପରେ ଏବେ ଗାତ ଫିଲିଂ ପାଇଁ ବାଲି ବଦଳରେ ପାହାଡ ମାଟି ଫିଲିଂ କରାଯିବାରେ ଘରର ସ୍ଥାୟିତ୍ୱକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତୁରନ୍ତ ଉକ୍ତ ଅନିୟମିତତାର ଭିଜିଲାନ୍ସ ତଦନ୍ତ ଦାବି କରାଯାଇଛି ା
ଛାତ୍ରୀନିବାସ ଗୃହ ପାଇଁ ପୂର୍ତ୍ତ ବିଭାଗ ତରଫରୁ ପାଖାପାଖି ୩ କୋଟି ୩୪ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ମେ’ ୩ ତାରିଖରେ ଏହାର ଶିଳାନ୍ୟାସ କରାଯାଇଥିଲା। ଏବେ ଫାଉଣ୍ଡେଶନ କାମ ଶେଷ ହୋଇଥିବା ବେଳେ ଖୋଳାଯାଇଥିବା ପାଖାପାଖି ୭ଫୁଟର ଗାତ ଭର୍ତ୍ତି ପାଇଁ ଠିକାଦାର ପାହାଡ ମାଟି ବ୍ୟବହାର କରୁଛନ୍ତି ା ଫଳରେ ଅଳ୍ପ ଦିନ ମଧ୍ୟରେ ଘର ତଳି ଫାଟିବାର ଆଶଙ୍କା ଦେଖାଦେଇଛି ା ଏଷ୍ଟିମେଟରେ ଗାତଗୁଡିକ ବାଲି ଫିଲିଂ କରିବାର ନିୟମ ଥିବା ବେଳେ କାହା ନିର୍ଦ୍ଦେଶରେ ଏଭଳି ବେପରୁଆ କାର୍ଯ୍ୟ କରାଯାଉଛି ତାହା ସାଧାରଣ ଲୋକଙ୍କୁ ବିସ୍ମିତ କରିଛି ା ସେହିଭଳି ୯ମାସ ମଧ୍ୟରେ କାମ ସାରିବାର ନିୟମ ଥିବା ବେଳେ ୪ ମାସ ଅତିକ୍ରମ କରିଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ୨୫ପ୍ରତିଶତ କାମ ସରିନାହିଁ ା ଏଣୁ ନିର୍ଦ୍ଧାରିତ ସମୟରେ କାମ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଏ ସମ୍ପର୍କରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଜ୍ୟୋତି ପ୍ରକାଶ ପଣ୍ଡାଙ୍କୁ ଯୋଗାଯୋଗ କରିବାରେ ଏଷ୍ଟିମେଟରେ ମାତ୍ର ୨ ଫୁଟ ବାଲି ଫିଲିଂ ଥିବାରୁ ପାହାଡ ମାଟି ବ୍ୟବହାର କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?