Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବଦଳରେ ବସ୍‌ ଦୁର୍ଘଟଣାରେ ଆହତଙ୍କୁ ଭେଟିଲେ ପାଣ୍ଡିଆନ, ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର): ଜନସାଧାରଣ ନିଜର ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ ଓଡ଼ିଶାରେ ନବୀନବାବୁ ସରକାର ଚଳାଉନାହାନ୍ତି ବରଂ ତାଙ୍କ ସହଯୋଗୀ ସରକାର ଚଳାଉଛନ୍ତି। ଓଡ଼ିଶାରେ ସମ୍ବିଧାନ ବହିର୍ଭୂତ କ୍ଷମତା କେନ୍ଦ୍ର ତିଆରି ହେବା ଗଣତନ୍ତ୍ର ପାଇଁ ବିପଜ୍ଜନକ। ଯାଜପୁର ବାରବାଟୀ ବସ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବି ମେଡିକାଲରେ ମୁଖ୍ୟମନ୍ତ୍ରୀଙ୍କ ବଦଳରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଭେଟିଛନ୍ତି। ରୋଗୀଙ୍କ ଚିକିତ୍ସା ଅପେକ୍ଷା ସରକାରୀ ଅଧିକାରୀମାନେ ପାଣ୍ଡିଆନଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଉଥିଲେ। ପାଣ୍ଡିଆନଙ୍କ ସହ ଚୌଦ୍ୱାର-କଟକ ବିଧାୟକ ତଥା ଘୋଷିତ ପ୍ରାର୍ଥୀ ସୌଭିକ ବିଶ୍ୱାଳ, ପରିବହନ କମିଶନର ଅମିତାଭ ଠାକୁର, ଯାଜପୁର ଏସ୍‌ପି ଭିନିତ ଅଗ୍ରୱାଲଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ସରକାରୀ ଅଧିକାରୀମାନେ ଉପସ୍ଥିତ ରହି ସୁରକ୍ଷା ଯୋଗାଉଥିଲେ। ବିଜେଡିର ଜଣେ ନେତାଙ୍କ ପାଇଁ କମିଶନରେଟ୍‌ ପୋଲିସ ତରଫରୁ ଯେଉଁ ବ୍ୟବସ୍ଥା କରାଯାଇଥିଲା, ତାହା ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ । ସରକାରୀ ଅଧିକାରୀମାନଙ୍କ ଏଭଳି ଉପସ୍ଥିତି ରାଜ୍ୟରେ ଏକ ସ୍ବଚ୍ଛ, ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନକୁ ନେଇ ଅନେକ ସନ୍ଦେହ ସୃଷ୍ଟି କରୁଛି। ଅନ୍ୟପକ୍ଷରେ ଅଧିକାରୀମାନଙ୍କ ତ୍ରୁଟି ଧରାପଡ଼ିଲେ ବିଜେଡି ନେତାମାନେ ବିବ୍ରତ ଓ ପ୍ରତିକ୍ରିୟାଶୀଳ ହେଉଛନ୍ତି ବୋଲି ଅଭିଯୋଗ କରି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ବିହୀତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri