Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବଦଳରେ ବସ୍‌ ଦୁର୍ଘଟଣାରେ ଆହତଙ୍କୁ ଭେଟିଲେ ପାଣ୍ଡିଆନ, ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର): ଜନସାଧାରଣ ନିଜର ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ ଓଡ଼ିଶାରେ ନବୀନବାବୁ ସରକାର ଚଳାଉନାହାନ୍ତି ବରଂ ତାଙ୍କ ସହଯୋଗୀ ସରକାର ଚଳାଉଛନ୍ତି। ଓଡ଼ିଶାରେ ସମ୍ବିଧାନ ବହିର୍ଭୂତ କ୍ଷମତା କେନ୍ଦ୍ର ତିଆରି ହେବା ଗଣତନ୍ତ୍ର ପାଇଁ ବିପଜ୍ଜନକ। ଯାଜପୁର ବାରବାଟୀ ବସ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବି ମେଡିକାଲରେ ମୁଖ୍ୟମନ୍ତ୍ରୀଙ୍କ ବଦଳରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଭେଟିଛନ୍ତି। ରୋଗୀଙ୍କ ଚିକିତ୍ସା ଅପେକ୍ଷା ସରକାରୀ ଅଧିକାରୀମାନେ ପାଣ୍ଡିଆନଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଉଥିଲେ। ପାଣ୍ଡିଆନଙ୍କ ସହ ଚୌଦ୍ୱାର-କଟକ ବିଧାୟକ ତଥା ଘୋଷିତ ପ୍ରାର୍ଥୀ ସୌଭିକ ବିଶ୍ୱାଳ, ପରିବହନ କମିଶନର ଅମିତାଭ ଠାକୁର, ଯାଜପୁର ଏସ୍‌ପି ଭିନିତ ଅଗ୍ରୱାଲଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ସରକାରୀ ଅଧିକାରୀମାନେ ଉପସ୍ଥିତ ରହି ସୁରକ୍ଷା ଯୋଗାଉଥିଲେ। ବିଜେଡିର ଜଣେ ନେତାଙ୍କ ପାଇଁ କମିଶନରେଟ୍‌ ପୋଲିସ ତରଫରୁ ଯେଉଁ ବ୍ୟବସ୍ଥା କରାଯାଇଥିଲା, ତାହା ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ । ସରକାରୀ ଅଧିକାରୀମାନଙ୍କ ଏଭଳି ଉପସ୍ଥିତି ରାଜ୍ୟରେ ଏକ ସ୍ବଚ୍ଛ, ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନକୁ ନେଇ ଅନେକ ସନ୍ଦେହ ସୃଷ୍ଟି କରୁଛି। ଅନ୍ୟପକ୍ଷରେ ଅଧିକାରୀମାନଙ୍କ ତ୍ରୁଟି ଧରାପଡ଼ିଲେ ବିଜେଡି ନେତାମାନେ ବିବ୍ରତ ଓ ପ୍ରତିକ୍ରିୟାଶୀଳ ହେଉଛନ୍ତି ବୋଲି ଅଭିଯୋଗ କରି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ବିହୀତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri