ଶ୍ରମିକ ବଦଳରେ ମେଶିନରେ ହେଉଛି କାମ

ଗୋଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ଶ୍ରମିକମାନେ କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅଧୀନ ନିର୍ମାଣ କାର୍ଯ୍ୟରେ ଶ୍ରମିକମାନଙ୍କୁ ନିୟୋଜିତ କରା ନ ଯାଇ ମେଶିନ ସାହାଯ୍ୟରେ କାର୍ଯ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଫଳରେ ଶ୍ରମିକମାନେ କାମଧନ୍ଦା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଗଣ୍ଡାମେର ଗ୍ରାମପଞ୍ଚୟତ ଅନ୍ତର୍ଗତ ଶ୍ରୀରାମ ପଡ଼ାଠାରେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ନିର୍ମାଣ କାର୍ଯ୍ୟରେ ମାଟିଖୋଳା ମେଶିନ ସାହାଯ୍ୟରେ କରାଯାଉଥିବା ଦେଖିବାକୁ ମିଳୁଛି। ପ୍ରାପ୍ତ ସୂଚନାନୁସାରେ ଆର୍ଥିକ ବର୍ଷ ୨୨-୨୩ କାର୍ଯ୍ୟର ନାମ ଗଣ୍ଡାମେରଠାରେ ଗ୍ରାମୀଣ ଉଦ୍ୟାନ ନିର୍ମାଣ ଫେଜ ନଂ.୧ ଅଟକଳ ପରିମାଣ ୧୦ ଲକ୍ଷ, ଗଣ୍ଡାମେର ଖେଳ ପଡ଼ିଆର ଉନ୍ନତି ସାଧନ ବାବଦକୁ ଅଟକଳ ପରିମାଣ ୫ ଲକ୍ଷ କାର୍ଯ୍ୟ ହେଉଥିବା ସୂଚନା ଫଳକରୁ ଜଣାପଡ଼ିଛି। ଏମ୍‌ଜିଏନ୍‌ଆରଇଜିଏସ୍‌ ମାଧ୍ୟମରେ ସ୍ଥାନୀୟ ଶ୍ରମିକମାନଙ୍କୁ ଦୈନିକ ମଜୁରୀ ୩୨୬ ଟଙ୍କା ହିସାବରେ ନିଯୁକ୍ତି କରି କାର୍ଯ୍ୟ ସମ୍ପାଦନ କରିବା ନିୟମ ରହିଛି। ହେଲେ ଏହି ଗ୍ରାମ ପଞ୍ଚାୟତରେ ଓଲଟା ଶ୍ରମିକ ବଦଳରେ ମେଶିନ କାମ କରୁଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଜନପ୍ରତିନିଧି ଓ ପଞ୍ଚାୟତ କର୍ମଚାରୀମାନେ ସରକାରୀ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଥିବା ଜଣାପଡିଛି। ଏ ନେଇ ପଞ୍ଚାୟତ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ରେଙ୍ଗୋ ନାଏକଙ୍କୁ ପଚାରିବାରୁ ଘଟଣାକୁ ସ୍ବୀକାର କରିବା ସହ ଠିକାଦାରଙ୍କୁ ତାଗିତ କରିଥିବା ପ୍ରକାଶ କରିଛନ୍ତି। ଏଥିପ୍ରତି ଜିଲାପାଳ ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri