କଟକ,୩।୮ (କାର୍ତ୍ତିକ ସାହୁ)ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ କ୍ରିମିନାଲ୍ ଅପିଲ୍ ଷ୍ଟାଟସ୍ ରିପୋର୍ଟ ପ୍ରଦାନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ରାଜ୍ୟ ସରକାର ସତ୍ୟପାଠ ମାଧ୍ୟମରେ ସ୍ଥିତି ସମ୍ପର୍କରେ ଅଦାଲତଙ୍କୁ ଅବଗତ କରାଇବାକୁ ନୋଟିସ କରିଛନ୍ତି। ଆସନ୍ତା ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀରୁ ପ୍ରକାଶ, ଡା. ରବିରଞ୍ଜନ ସାହୁ, ଫିରୋଜ ଅହେମଦ ଖାନ୍ ଓ ସଙ୍ଗୀତା ଦାସଙ୍କ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ମୋକିମଙ୍କୁ ଭିଜିଲାନ୍ସ ମାମଲାରେ ହୋଇଥିବା ଦଣ୍ଡାଦେଶ କଡ଼ାକଡ଼ି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନରେ ଉଲ୍ଲେଖ ରହିଛି। ଏଥିରେ ଭାରତର ନିର୍ବାଚନ କମିଶନର, ରାଜ୍ୟ ନିର୍ବାଚନ କମିଶନର, ମହମ୍ମଦ ମୋକିମ ଓ ରାଜ୍ୟ ଭିଜିଲାନ୍ସକୁ ପକ୍ଷଭୁକ୍ତ କରାଯାଇଛି। ମୋକିମଙ୍କ ନାମରେ କଟକର ଏସ୍ଡିଜେଏମ୍ କୋର୍ଟ, ଭୁବନେଶ୍ୱର ଓ କଟକର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ, ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟ, କଟକର ଏସ୍ଡିଜେଏମ୍ (ଏସ୍) ଆଦି କୋର୍ଟରେ ୧୨ଟି ମାମଲା ବିଚାରାଧୀନ ରହିଛି। ୨୦୨୨ ସେପ୍ଟେମ୍ବର ୨୯ରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଏକ ମାମଲାରେ ମୋକିମଙ୍କ ସମେତ ଅନ୍ୟ ତିନି ଜଣଙ୍କୁ ୩ ବର୍ଷ ଲେଖାଏ କାରାଦଣ୍ଡାଦେଶ ପ୍ରଦାନ କରିଥିଲେ। ଏଥିସହ ମୋକିମ୍ଙ୍କୁ ୫୦ ହଜାର ଟଙ୍କା ଜରିମାନା ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ତୁରନ୍ତ ଦଣ୍ଡାଦେଶକୁ କାର୍ଯ୍ୟକାରୀ କରିବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ଅନ୍ୟପକ୍ଷରେ ମୋକିମ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ବିରୋଧରେ ହାଇକୋର୍ଟରେ ଆବେଦନ କରିଛନ୍ତି। ହାଇକୋର୍ଟ ତାଙ୍କ ଆବେଦନର ଶୁଣାଣି କରି ଭିଜିଲାନ୍ସ କୋର୍ଟର ଦଣ୍ଡାଦେଶ ଉପରେ ସାମୟିକ ସ୍ଥଗିତାଦେଶ ଜାରି କରିଛନ୍ତି।
ଉଲ୍ଲେଖଯୋଗ୍ୟ, ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀର ବିଜୟୀ ପ୍ରାର୍ଥୀ ତଥା କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନ ବିଜୟକୁ ଅସିଦ୍ଧ ଘୋଷଣା କରିବା ପାଇଁ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ଏକ ମାମଲା ମଧ୍ୟ ରୁଜୁ କରିଛନ୍ତି। ମୋକିମଙ୍କ ନାମରେ ଥିବା ଆପରାଧିକ ମାମଲା ଏବଂ ତାଙ୍କର ସମ୍ପତ୍ତି ସମ୍ପର୍କରେ ସେ ରିଟର୍ନିଂ ଅଫିସରଙ୍କ ନିକଟରେ ମିଥ୍ୟା ଓ ଅସମ୍ପୂର୍ଣ୍ଣ ତଥ୍ୟ ଦାଖଲ କରିଥିବାରୁ ତାଙ୍କ ନିର୍ବାଚନକୁ ଖାରଜ କରାଯାଉ ବୋଲି ଦେବାଶିଷ ପ୍ରାର୍ଥନା କରିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

