୧୦ ଦିନରେ ଦୁର୍ବଳ ନଦୀବନ୍ଧ ଚିହ୍ନଟ ନିର୍ଦ୍ଦେଶ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ ଜଳସମ୍ପଦ ବିଭାଗ। ୧୦ ଦିନ (ଏପ୍ରିଲ୍‌ ୧୬ରୁ ୨୬) ମଧ୍ୟରେ ଦୁର୍ବଳ ନଦୀବନ୍ଧଗୁଡ଼ିକୁ ଚିହ୍ନଟ କରିବାକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମସ୍ତ କ୍ଷେତ୍ରସ୍ତରୀୟ କନିଷ୍ଠ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଆଗାମୀ ବର୍ଷାଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ଜଳସମ୍ପଦ ବିଭାଗ ତରଫରୁ ବନ୍ୟା ପ୍ରସ୍ତୁତି ପ୍ରାରମ୍ଭିକ ପର୍ଯ୍ୟାୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଆଗୁଆ ପ୍ରସ୍ତୁତ ରହିଲେ ବନ୍ୟା ସମୟରେ ଅଧିକ ଘାଇ ଓ ଘଳିଆ ସୃଷ୍ଟିକୁ ରୋକାଯାଇପାରିବ ବୋଲି ବୈଠକରେ ଅଧ୍ୟକ୍ଷତା କରି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗର୍ଗ କହିଛନ୍ତି। ଲଗାଣ ମୌସୁମୀ ବର୍ଷା, ଲଘୁଚାପ ଏବଂ ବାତ୍ୟାଜନିତ ବର୍ଷା ଆଦିକୁ ଦୃଷ୍ଚିରେ ରଖି ଏବେଠାରୁ ପ୍ରସ୍ତୁତି ପାଇଁ ଗୁରୁତ୍ୱାରୋପ କରାଯାଇଛି। ବିଭିନ୍ନ ନଦୀବନ୍ଧ, ଜଳଭଣ୍ଡାରର ସୁରକ୍ଷା, ବନ୍ୟା ସମୟରେ ନଦୀ ଓ ଜଳଭଣ୍ଡାରଗୁଡ଼ିକର ସୁପରିଚାଳନା ସମ୍ପର୍କରେ ବିଭାଗୀୟ ଅଧିକାରୀମାନେ ତଥ୍ୟ ଉପସ୍ଥାପନ କରିଥିଲେ। ରାଜ୍ୟରେ ୭ଟି ବୃହତ୍‌ ଓ ୪୫ଟି ମଧ୍ୟମ ଜଳଭଣ୍ଡାର ରହିଛି। ବହୁମୁଖୀ ଜଳଭଣ୍ଡାରଗୁଡ଼ିକର ସୁପରିଚାଳନା ପାଇଁ ଆବଶ୍ୟକ ପ୍ରସ୍ତୁତି, ସ୍ଲୁଇସ୍‌ ଗେଟ୍‌ ଓ ଜଳ ନିଷ୍କାସନ ବ୍ୟବସ୍ଥା ଯାଞ୍ଚ, ମକ୍‌ ଡ୍ରିଲ୍‌, ସମସ୍ତ ଡିଭିଜନରେ ବନ୍ୟା ନିୟନ୍ତ୍ରଣ ପାଇଁ ଆବଶ୍ୟକ ଉପକରଣ ମହଜୁଦ ରଖିବା, ବନ୍ୟା ସମ୍ପର୍କିତ ପୂର୍ବାନୁମାନ ବ୍ୟବସ୍ଥାକୁ ସୁଦୃଢ଼ କରିବା, ଜନସାଧାରଣଙ୍କୁ ସତର୍କ ସୂଚନା ପ୍ରଦାନ ପାଇଁ ବନ୍ୟା ନିୟନ୍ତ୍ରଣ କକ୍ଷରେ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବା ସମ୍ପର୍କରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri